ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଆସୁଛନ୍ତି, ଯାହାକି ବିଶେଷ କରି ଶିମିଳିପାଳ ପାଇଁ ଗର୍ବ ଓ ଗୌରବର ବିଷୟ। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ଗୋଗିନେନୀ କହିଛନ୍ତି। ରାଷ୍ଟ୍ରପତି ୪ତାରିଖ ପୂର୍ବାହ୍ନରେ ଯଶୀପୁର ହେଲିପ୍ୟାଡରୁ ଓହ୍ଲାଇ ସଡ଼କ ପଥରେ ସ୍ବତନ୍ତ୍ର ଗାଡିରେ ଶିମିଳିପାଳ ଗସ୍ତ କରି ଅପରାହ୍ନରେ ପୁନର୍ବାର ଯଶୀପୁର ହେଲିପ୍ୟାଡକୁ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri