୧୬ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୧୪।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)
ପର୍ଯ୍ୟଟକ ଓ ପରିଦର୍ଶକଙ୍କ ନିମନ୍ତେ ଆସନ୍ତା ୧୬ରୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ଆରସିସିଏଫ୍‌) ପ୍ରକାଶ ଚାନ୍ଦ ଗୋଗନେନିଙ୍କ କାର୍ଯ୍ୟାଳୟ ପତ୍ରସଂଖ୍ୟା ୭୨/୧୩ା୬ା୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅଭୟାରଣ୍ୟ ଭିତରେ ଥିବା ଜାମୁଆଣି, ଗୁଡଗଡ଼ିଆ, କୁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ୍‌ଗୁଡ଼ିକ ପରିଦର୍ଶକମାନଙ୍କ ପାଇଁ ଖୋଲା ରହିବ ବୋଲି ସେ ଜଣାଇଛନ୍ତି ା ପ୍ରତିବର୍ଷ ବର୍ଷା ଋତୁ ସମୟରେ ଜୁନ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ କରାଯାଇଥାଏ। ମାତ୍ର ଚଳିତବର୍ଷ ପର୍ଯ୍ୟଟକଙ୍କ ନିମନ୍ତେ ମାତ୍ର ୩ ମାସ ବନ୍ଦ କରାଯାଇଛି। ପୂଜା ପାର୍ବଣ ସମୟରେ ପର୍ଯ୍ୟଟକଙ୍କୁ ଅଭୟାରଣ୍ୟ ବୁଲିବାର ସୁବିଧା ସୁଯୋଗ ଯୋଗାଇଦେବା ନିମନ୍ତେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଆରସିସିଏଫ୍‌ ଗୋଗନେନି କହିିଛନ୍ତି। ଅଭୟାରଣ୍ୟକୁ ପ୍ରବେଶ କରୁଥିବା ଉଭୟ ପିଠାବଟା ଓ କାଳିଆମୀ ଫାଟକ ବନ୍ଦ ରହିବ। ଏହା ସହିତ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କ ନିମନ୍ତେ ରାତ୍ରିଯାପନ ଓ ସାମୟିକ ରହଣି ନିମନ୍ତେ ଅନ୍‌ଲାଇନ ବୁକିଂ ସୁବିଧା ମଧ୍ୟ ବନ୍ଦ ରହିବ। ବର୍ଷା ଋତୁରେ ଅଭୟାରଣ୍ୟରେ ଥିବା ରାସ୍ତାଘାଟ ଧୋଇଯାଇ ବିପଦସଙ୍କୁଳ ଅବସ୍ଥା ସୃଷ୍ଟି ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାକୁ ବନ୍ଦ କରାଯାଇଥାଏ। ବର୍ଷା ଦିନ ପରେ ଉକ୍ତ ରାସ୍ତାଗୁଡ଼ିକ ମରାମତି କରାଯାଇ ଯାନବାହନ ଚଳପ୍ରଚଳ ପାଇଁ ଅନୁମତି ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri