ଶିମିଳିପାଳରେ ପିସିସିଏଫ୍‌

ବାରିପଦା ଅଫିସ,୨୭ା୧୨:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଦନ୍ତା ଶିକାର ଓ ମହାବଳ ବାଘ ଚମଡ଼ା ବିକ୍ରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି। ଭୁବନେଶ୍ୱରସ୍ଥିତ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ଏସ୍‌.କେ. ପୋପଲି ସୋମବାର ଶିମିଳିପାଳକୁ ଆସି ଉଭୟ ଘଟଣାର ତଦନ୍ତ ଜାରି ରଖିଛନ୍ତି। ୩ ଦିନ ପୂର୍ବେ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ (ସିସିଏଫ୍‌) ମନୋଜ ଭି. ନାୟାର ତଦନ୍ତ କରି ଫେରିବା ପରେ ପୁନଶ୍ଚ ପିସିସିଏଫ୍‌ଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଜେନାବିଲ ରେଞ୍ଜ ଅଞ୍ଚଳରେ ଏକ ଦନ୍ତା ଶିକାର କରି ଦାନ୍ତ କାଟିବା ପରେ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ବନକର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେମାନଙ୍କ ବିରୋଧରେ ମାମଲା ରୁଜୁ ପରେ କୋର୍ଟ ଚାଲାଣ
ମଧ୍ୟ କରାଯାଇଛି। ସେହିଭଳି ମହାବଳ ବାଘ ଚମଡ଼ା ବିକ୍ରିକୁ ନେଇ ସ୍ବତନ୍ତ୍ର ଟାସ୍କ ଫୋର୍ସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ହାତୀ ଶିକାର ଘଟଣାରେ ଜଡିତ ଥିବା ଅଧିକାରୀଙ୍କଠାରୁ ଅଦ୍ୟାବଧି ଦାନ୍ତ ଦୁଇଟି ଜବତ କରାଯାଇ ନ ଥିବା ବେଳେ ଶିକାରରେ ଅନ୍ୟ କେଉଁମାନେ ଜଡିତ ଅଛନ୍ତି ତାହାକୁ ନେଇ ବିଭାଗୀୟ ତଦନ୍ତ ଜାରି ରହିଛି। ଶିକାରରେ ଜଡିତ ଥିବା ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ପର୍କରେ ଭିଜିଲାନ୍ସ ବିଭାଗ ତଦନ୍ତ କଲେ ଅନେକ ରହସ୍ୟ ଉନ୍ମୋଚନ ହୋଇପାରନ୍ତା ବୋଲି ଜଣେ ଅବସରପ୍ରାପ୍ତ ବନକର୍ମଚାରୀ ପ୍ରକାଶ କରିଛନ୍ତି। ସେହିପରି ହାତୀ ପୋଡ଼ି ଘଟଣାରେ ଅନ୍ୟ କର୍ମଚାରୀମାନେ ଜଡିତ ରହିଥିବା ନେଇ ସୂଚନା ମିଳୁଥିବା ବେଳେ ବନବିଭାଗ ଅଦ୍ୟାବଧି ଘଟଣାର ପର୍ଦ୍ଦାଫାଶ କରିବାରେ ବିଳମ୍ବ କରୁଛି ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କହିିଛନ୍ତି। ସେହିପରି ମହାବଳ ବାଘ ଚମଡ଼ା ଜବତ ଘଟଣାରେ ବାରମ୍ବାର ତଦନ୍ତ କରାଯାଉଥିଲେ ମଧ୍ୟ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ଉଭୟ ବନବିଭାଗ ଓ କ୍ରାଇମବ୍ରାଞ୍ଚ ଟିମ୍‌ ବିଫଳ ହୋଇଛି। ବିଚାର ବିଭାଗୀୟ ତଦନ୍ତ କରାଯାଇ ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?