Posted inଜାତୀୟ

ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ

ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା ଉପୁଜିଛି। ଇତିମଧ୍ୟରେ ମଣ୍ଡି ଜିଲାର ପାଣ୍ଡୋହ ଅଞ୍ଚଳରେ ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼ ଓ ମନାଲି ଜାତୀୟ ରାଜପଥ-୩ ସାମୟିକ ଭାବେ ବନ୍ଦ ରହିଛି। ଫଳରେ ଯାତାୟତରେ ବାଧା ଉପୁଜିଥିବା ବେଳେ ରାସ୍ତାର ଦୁଇ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ରାସ୍ତାରେ ଅଟକି ରହିଥିବା କେତେକ ଗାଡ଼ିରେ ପଥର ମାଡ଼ ହେବାରୁ କ୍ଷତିଗ୍ରସ୍ତ ହୋଇତିବା ଜଣାପଡ଼ିଛି। ତେଣୁ ସମସ୍ତ ଯାନବାହନକୁ କାଟୁଲା ମାର୍ଗକୁ ଡାଇଭର୍ଟ କରାଯାଇଛି। ତେବେ ଶୁକ୍ରବାରରୁ ବନ୍ଦ ପଡ଼ିଥିବା ଜାତୀୟ ରାଜପଥର ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ମଣ୍ଡି ଏସ୍‌ପି ସାଲିନୀ ଅଗ୍ନହୋତ୍ରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଅନେକ ସ୍ଥାନରେ ଘର ଭୁଷୁଡ଼ିପଡ଼ିଥିବା ଖବର ମଧ୍ୟ ସାମ୍ନାକୁ ଆସିଛି। ରାଜଧାନୀ ଶିମଲାରେ ବର୍ଷା ହେତୁ ଘର ଭୁଶୁଡ଼ି ପଡ଼ିବାରୁ ଜଣେ ନଅ ବର୍ଷର ଝିଅ ଆହତ ହୋଇଛି। ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଅନ୍ୟପଟେ ଶିମଲାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପୋଲିସ ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। ଏଥିରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ, ପାଣିପାଗ ବିଭାଗ ଦ୍ୱାରା ଦିଆଯାଇଥିବା ଆଡଭାଇଜରି ପରେ ପର୍ଯ୍ୟଟକମାନେ ଶିମଲାକୁ ଆସିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri