Posted inଜାତୀୟ

କରୋନା ଗ୍ରାଫ୍‌ ଉପରମୁହାଁ: ଏହି ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଶିମଲା,୩୦।୭: ହିମାଚଳ ପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ଦିନ ଧରି ରାଜ୍ୟରେ ଲଗାତର ଭାବେ ୯ଶହରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବର୍ତ୍ତମାନ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସରକାରୀ, ଅଣ-ସରକାରୀ ଅନୁଷ୍ଠାନ, ହସ୍ପିଟାଲ ଓ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଇନ୍‌ଡୋର କିମ୍ବା ଆଉଟଡୋରରେ ହେଉଥିବା କାର୍ଯ୍ୟକ୍ରମରେ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଏତଦ୍‌ ବ୍ୟତୀତ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ବିନା ମାସ୍କରେ ହିମାଚଳରେ ପ୍ରବେଶ କରିବାକୁ ଦିଆଯିବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଶିକ୍ଷା ବିଭାଗ ପକ୍ଷରୁ କଡା ନିର୍ଦ୍ଦେଶ ଜାରି କରାଯାଇଛି। ବିଦ୍ୟାଳୟର ଛାତ୍ରମାନଙ୍କୁ କରୋନାରୁ ପ୍ରତିରୋଧର ପଦ୍ଧତି ବିଷୟରେ ଅବଗତ କରାଯିବ। ଏଥିସହ ଯେଉଁମାନଙ୍କର ଥଣ୍ଡା, କାଶ ଓ ଜ୍ୱର ଭଳି ସମସ୍ୟା ରହିଛି ସେହି ଛାତ୍ରମାନେ ସମ୍ପୂର୍ଣ୍ଣ ଆରୋଗ୍ୟ ନ ହେବା ପର୍ଯ୍ୟନ୍ତ ବିଦ୍ୟାଳୟକୁ ଆସିପାରିବେ ବୋଲି ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଡକ୍ଟର ଅମରଜିତ କୁମାର ଶର୍ମା କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାଜ୍ୟରେ ୯୩୦ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂଆ ଆକ୍ରାନ୍ତଙ୍କ ଚିହ୍ନଟ ହେବା ପରେ ସକ୍ରିୟ ମାମଲା ୫୩୯୧ରେ ପହଞ୍ଚିଥିବା ବେଳେ ୭୭୭ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?