୨ ଦିନ ପାଇଁ ଶିମିଳିପାଳ ବନ୍ଦ

ବାରିପଦା,୨୨ା୩: ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।

ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଉକ୍ତ ଦିନରେ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ କୋଣସି ଗାଡି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ ବୋଲି ଉଲ୍ଲେଖ କରାଯାଇଛି। ଶିମିଳିପାଳରେ ପରର ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ରାଜ୍ୟରେ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବ। ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ତେବେ ଆସନ୍ତା ୨୪ ତାରିଖ ଯାଏ ଏଭଳି ପାଗ ରହିବ। ଏହାପରେ ପାଗ ପୁଣି ବଦଳିପାରେ ବୋଲି ପୂର୍ବାନୁମାନ କରାଯାଇଛି। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ଶିମିଳିପାଳ ବନ୍ଦ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri