ନିଆଁ ଆଁରେ ଶିମିଳିପାଳ

ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୪।୩: ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ୮ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଚାରି ଦିଗକୁ ମାଡ଼ି ଚାଲିଛି। ନିଆଁ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ବିପଦ ମୁହଁକୁ ଠେଲି ହୋଇଯାଉଛି ଶିମିଳିପାଳର ଜୈବମଣ୍ଡଳ। ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ବୁଧବାର ସବୁଠି ବିଶ୍ୱ ବନ୍ୟପ୍ରାଣୀ ଦିବସ ପାଳନ ଅବସରରେ ମୟୂରଭଞ୍ଜ ଜିଲାର
ଏହି ଜାତୀୟ ଉଦ୍ୟାନକୁ ନେଇ ଚିନ୍ତା ଘାରିଛି। କେନ୍ଦ୍ର ଜଙ୍ଗଲ ଓ ପରିବେଶ
ମନ୍ତ୍ରୀ ପ୍ରକାଶ ଜାଭଡ଼େକର ଉଦ୍‌ବେଗ ପ୍ରକାଶ କରିବା ପରେ ରାଜ୍ୟ ବନ ବିଭାଗ ପକ୍ଷରୁ ଏବେ ତତ୍ପରତା ପ୍ରକାଶ ପାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ନିର୍ଦ୍ଦେଶକ୍ରମେ ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ଶଶି ପଲ୍‌ ଶିମିଳିପାଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ସହିତ ସମୀକ୍ଷା କରିଛନ୍ତି। ପିସିସିଏଫ୍‌ ଗୁରୁବାର ସୁଦ୍ଧା ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବା ପାଇଁ କୁହାଯାଇଥିବା ମନ୍ତ୍ରୀ କହିଛନ୍ତି।
ବାରିପଦା, ଉଦଳା, କରଞ୍ଜିଆ ଓ ରାଇରଙ୍ଗପୁର ବନଖଣ୍ଡ ସମେତ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ୨୧ ରେଞ୍ଜ୍‌ ଓ ୨୦୯ ବିଟ୍‌ ହାଉସ୍‌ କାର୍ଯ୍ୟ କରୁଛି। ତେବେ ୮ଟି ରେଞ୍ଜ୍‌ର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗି ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳ ଜଳିବାରେ ଲାଗିଛି। ୧୦ଦିନ ହେଲା ଲାଗିଥିବା ଏହି ନିଆଁ ଚାରିଆଡ଼କୁ ବ୍ୟାପି ଚାଲିଥିବାବେଳେ ଇତିମଧ୍ୟରେ ଅଭୟାରଣ୍ୟର ଭଞ୍ଜବସା, ବାଲିନାଳ, ବାରହାକାମୁଡ଼ା, ଜେନାବିଲ, ନଅଁଣା ରେଞ୍ଜର ଦକ୍ଷିଣ ଓ ଉତ୍ତର, ପିଠାବଟା ଓ ଡୁକୁରା ରେଞ୍ଜ ଜଙ୍ଗଲରେ ଥିବା ଔଷଧୀୟ ବୃକ୍ଷଲତା, ଫଳମୂଳ, ଅର୍କିଡ୍‌, ଗୁଳ୍ମ ଓ ଜଙ୍ଗଲଜାତ ଦ୍ରବ୍ୟ ଆଦି ପୋଡ଼ି ପାଉଁଶ ହୋଇଯାଇଛି। ବନ୍ୟପ୍ରାଣୀମାନେ ସଙ୍କଟରେ ପଡ଼ିଥିବାବେଳେ ଅନେକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଏପଟେ ଜଙ୍ଗଲ ଭିତରେ ଥିବା ଗାଁଗୁଡ଼ିକ ପ୍ରତି ବିପଦ ଘନେଇବାରେ ଲାଗିଛି। ନିଆଁ ଲିଭାଇବା ପାଇଁ ୧ ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨୫୦ଜଣ ଫରେଷ୍ଟ ଗାର୍ଡ ରହିଥିବାବେଳେ ୪୦ ଗାଡ଼ି ସହିତ ୨୪୦ ବ୍ଲୋୟର ମେଶିନ ସହାୟତାରେ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରହିଥିଲେ ମଧ୍ୟ ସୁଫଳ ମିଳିନି। ତେବେ ନିଆଁ ଲିଭାଇବା ପାଇଁ ପ୍ରୟାସ ଜାରି ରହିଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପନିର୍ଦ୍ଦେଶକ ଯଜ୍ଞଦତ୍ତ ପତି କହିଛନ୍ତି।
ଏହି ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିବା ସହିତ ଏଭଳି ଭୟଙ୍କର ପରିସ୍ଥିତିକୁ ତୁରନ୍ତ ନିୟନ୍ତ୍ରଣକୁ ଆଣିବା ଜରୁରୀ ବୋଲି କହିଛନ୍ତି। ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନ ହେବ ସେଥିପାଇଁ ବ୍ୟାପକ ପଦକ୍ଷେପ ନିଆଯିବା ସହିତ ଷଡ଼ଯନ୍ତ୍ରକାରୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଆବଶ୍ୟକ ପଡ଼ିଲେ କେନ୍ଦ୍ର ସରକାରଙ୍କ ସହାୟତା ପାଇଁ ଚିଠି ଲେଖିବେ ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି। ସେପଟେ ମୟୂରଭଞ୍ଜର ମହାରାଣୀ ରଶ୍ମି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ କହିଛନ୍ତି ଯେ, ଜଙ୍ଗଲ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନେବା ଦରକାର। ପରିବେଶ ନଷ୍ଟ ହେଲେ ପାଣିପାଗ ପ୍ରଭାବିତ ହେବ। ଦଣ୍ଡ ନୁହେଁ, ଏ ବାବଦରେ ଲୋକଙ୍କୁ ସଚେତନ କରାଯିବା ଆବଶ୍ୟକ। ନିଆଁ ଲାଗିବା ଯୋଗୁ ପଶୁପକ୍ଷୀ ଓ ଆଖପାଖର ଲୋକ ପ୍ରଭାବିତ ହେବା ଆଶଙ୍କା ରହିଥିବା ମହାରାଣୀ କହିଛନ୍ତି।
ସୂଚନାଯୋଗ୍ୟ, ମୟୂରଭଞ୍ଜର ରାଜଜେମା ଅକ୍ଷିତା ମଞ୍ଜରୀ ଭଞ୍ଜଦେଓ ଟୁଇଟ୍‌ କରିବା ପରେ ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଜାଭଡେକର ଟୁଇଟ୍‌ କରି ଉଦ୍‌ବେଗ ପ୍ରକାଶ କରିଥିଲେ। ଏ ଦିଗରେ ତ୍ୱରିତ ପଦକ୍ଷେପ ନେବା ସହିତ ରିପୋର୍ଟ ଦେବା ପାଇଁ ଜାଭଡେକର ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri