ଲିଭୁନି ଶିମିଳିପାଳ ନିଆଁ

ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଗତ ୪ ଦିନ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଆଁ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନ କର୍ମଚାରୀ, ଓଡ୍ରାଫ୍‌ ଟିମ୍‌ ଓ ସ୍ଥାନୀୟ ଜନସାଧାରଣ ପ୍ରୟାସ ଜାରି ରଖିଛନ୍ତି। ଶନିବାର ୨୨ଟି ସ୍ଥାନରେ ଜଙ୍ଗଲ ଜଳୁଥିବା ନେଇ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ.ଜଗଜୟାନନ୍ଦ କହିଛନ୍ତି । ଅଭୟାରଣ୍ୟର ଦକ୍ଷିଣ ଡିଭିଜନର ୧୦ ଓ ଉତ୍ତର ଡିଭିଜନର ୧୨ଟି ସ୍ଥାନରେ ନିଆଁ ଲାଗିଛି। ଦକ୍ଷିଣରେ ଥିବା ଡୁକୁରା, ଜେନାବିଲ, ପିଠାବଟା ରେଞ୍ଜ ଓ ଉତ୍ତରରେ ଥିବା ନଅଁଣା ସାଉଥ୍‌, କେନ୍ଦୁମୁଣ୍ଡି ରେଞ୍ଜରେ ନିଆଁ ଲାଗଛି। ବୁଧବାରଠାରୁ ଶନିବାର ମଧ୍ୟରେ ଅଭୟାରଣ୍ୟର ୧୫୭ଟି ସ୍ଥାନରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁ ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ବନ୍ୟଜନ୍ତୁ ଅସୁରକ୍ଷିତ ଅବସ୍ଥାରେ ଘୁରି ବୁଲୁଛନ୍ତି। ଏହାର ସୁଯୋଗ ନେଇ ଶିକାରୀମାନେ ସେମାନଙ୍କୁ ଶିକାର କରୁଛନ୍ତି। ଅଭୟାରଣ୍ୟର ସୁରକ୍ଷା ଦିଗରେ ଆବଶ୍ୟକ କର୍ମଚାରୀ ନିୟୋଜିତ କରିବା ପାଇଁ ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ ଦାବି କରିଛନ୍ତି। ତେବେ ଶନିବାର ଅପରାହ୍ନରେ ଯଶିପୁର ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ସ୍ଥାନେସ୍ଥାନେ ସାମାନ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି। ବନବିଭାଗ ପକ୍ଷରୁ ଅଭୟାରଣ୍ୟ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଶିମିଳିପାଳ ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି। ବନକର୍ମଚାରୀମାନେ ଗଁା ଗଁା ବୁଲି ଲୋକମାନଙ୍କୁ ଜଙ୍ଗଲର ସୁରକ୍ଷା ଦିଗରେ ସଚେତନ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri