ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ ୩୪ଟି ଗାଡ଼ିିରେ ମୋଟ ୧୯୩ ପର୍ଯ୍ୟଟକ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିଛନ୍ତି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରନ ଓ ଦକ୍ଷିଣ ଡିଭିଜନର ଉପନିର୍ଦ୍ଦେଶକ ସମ୍ରାଟ୍‌ ଗୌଡ଼ା, ରେଞ୍ଜର ଓ କର୍ମଚାରୀମାନେ ଉପସ୍ଥିତ ରହି ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସୁରକ୍ଷା, ଆମୋଦ ପ୍ରମୋଦ ଓ ରହଣୀ ନିମନ୍ତେ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍‌. ଜଗଜୟାନନ୍ଦ ପ୍ରକାଶ କରିଛନ୍ତି।
ଶିମିଳିପାଳରେ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ଜାମୁଆଣି, କୁମାରୀ, ଗୁଡୁଗୁଡ଼ିଆ,
ମୁକ୍ତାପୁର, ବରେହିପାଣି ଓ ରାମତୀର୍ଥଠାରେ ପର୍ଯ୍ୟଟକଙ୍କ ରାତ୍ରିଯାପନ ଓ ରେଷ୍ଟୁରାଣ୍ଟ ବ୍ୟବସ୍ଥା କରାଯାଇଛି। ଏଠାରେ ରହିବା ପାଇଁ ଅଗ୍ରିମ ଅନ୍‌ଲାଇନ ବୁକିଂ କରିବାକୁ ପଡ଼ିବ। ପ୍ରତିବର୍ଷ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ଆଗନ୍ତୁକଙ୍କ ପାଇଁ ଶିମିଳିପାଳ କର୍ତ୍ତୃପକ୍ଷ ଦୁଃସାହସିକ କ୍ରୀଡ଼ା, ଜଙ୍ଗଲ ସଫାରି ଓ ମାଉଣ୍ଟେନ୍‌ ସାଇକେଲିଂ ଭଳି ନୂଆ ଧରଣର କ୍ରୀଡ଼ା ବ୍ୟବସ୍ଥା କରିଛନ୍ତି। ଏହା ବ୍ୟତୀତ ଶିମିଳିପାଳ ଭିତରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଭଲିବଲ, ବ୍ୟାଡମିଣ୍ଟନ, କ୍ୟାରମ୍‌, ଚେସ ଆଦି ଖେଳର ବ୍ୟବସ୍ଥା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୧୯-୨୦ ବର୍ଷରେ ଓଡ଼ିଶାରୁ ୨୮ହଜାର ୮୬୦ ପର୍ଯ୍ୟଟକ ଆସିଥିବା ବେଳେ ୨୦୨୦-୨୧ରେ ୪୩ହଜାର ୩୫୮ ପର୍ଯ୍ୟଟକ ଏହି ଅଭୟାରଣ୍ୟ ବୁଲିବାକୁ ଆସିଛନ୍ତି। ସେଥିରୁ ୨କୋଟି ୩୫ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଛି। ଅନ୍ୟ ବର୍ଷ ତୁଳନାରେ ପର୍ଯ୍ୟଟକଙ୍କ ଆଗମନ ଦିନକୁ ଦିନ ବୃଦ୍ଧି ପାଉଛି ବୋଲି ଶିମିଳିପାଳ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri