ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ ୩୪ଟି ଗାଡ଼ିିରେ ମୋଟ ୧୯୩ ପର୍ଯ୍ୟଟକ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିଛନ୍ତି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରନ ଓ ଦକ୍ଷିଣ ଡିଭିଜନର ଉପନିର୍ଦ୍ଦେଶକ ସମ୍ରାଟ୍‌ ଗୌଡ଼ା, ରେଞ୍ଜର ଓ କର୍ମଚାରୀମାନେ ଉପସ୍ଥିତ ରହି ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସୁରକ୍ଷା, ଆମୋଦ ପ୍ରମୋଦ ଓ ରହଣୀ ନିମନ୍ତେ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍‌. ଜଗଜୟାନନ୍ଦ ପ୍ରକାଶ କରିଛନ୍ତି।
ଶିମିଳିପାଳରେ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ଜାମୁଆଣି, କୁମାରୀ, ଗୁଡୁଗୁଡ଼ିଆ,
ମୁକ୍ତାପୁର, ବରେହିପାଣି ଓ ରାମତୀର୍ଥଠାରେ ପର୍ଯ୍ୟଟକଙ୍କ ରାତ୍ରିଯାପନ ଓ ରେଷ୍ଟୁରାଣ୍ଟ ବ୍ୟବସ୍ଥା କରାଯାଇଛି। ଏଠାରେ ରହିବା ପାଇଁ ଅଗ୍ରିମ ଅନ୍‌ଲାଇନ ବୁକିଂ କରିବାକୁ ପଡ଼ିବ। ପ୍ରତିବର୍ଷ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ଆଗନ୍ତୁକଙ୍କ ପାଇଁ ଶିମିଳିପାଳ କର୍ତ୍ତୃପକ୍ଷ ଦୁଃସାହସିକ କ୍ରୀଡ଼ା, ଜଙ୍ଗଲ ସଫାରି ଓ ମାଉଣ୍ଟେନ୍‌ ସାଇକେଲିଂ ଭଳି ନୂଆ ଧରଣର କ୍ରୀଡ଼ା ବ୍ୟବସ୍ଥା କରିଛନ୍ତି। ଏହା ବ୍ୟତୀତ ଶିମିଳିପାଳ ଭିତରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଭଲିବଲ, ବ୍ୟାଡମିଣ୍ଟନ, କ୍ୟାରମ୍‌, ଚେସ ଆଦି ଖେଳର ବ୍ୟବସ୍ଥା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୧୯-୨୦ ବର୍ଷରେ ଓଡ଼ିଶାରୁ ୨୮ହଜାର ୮୬୦ ପର୍ଯ୍ୟଟକ ଆସିଥିବା ବେଳେ ୨୦୨୦-୨୧ରେ ୪୩ହଜାର ୩୫୮ ପର୍ଯ୍ୟଟକ ଏହି ଅଭୟାରଣ୍ୟ ବୁଲିବାକୁ ଆସିଛନ୍ତି। ସେଥିରୁ ୨କୋଟି ୩୫ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଛି। ଅନ୍ୟ ବର୍ଷ ତୁଳନାରେ ପର୍ଯ୍ୟଟକଙ୍କ ଆଗମନ ଦିନକୁ ଦିନ ବୃଦ୍ଧି ପାଉଛି ବୋଲି ଶିମିଳିପାଳ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?