ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍‌ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା ପରେ ବନ କର୍ମଚାରୀ, ଓଡ୍ରାଫ ଟିମ୍‌ ଓ ସ୍ଥାନୀୟ ଜନସାଧାରଣ ନିଆଁ ଲିଭାଇବାରେ ଲାଗି ପଡିଛନ୍ତି। ଗୋଟିଏପଟେ ଲାଗିଥିବା ନିଆଁକୁ ଆୟତ୍ତ କରିବା ବେଳକୁ ଅନ୍ୟପଟେ ନିଆଁ ଜଳୁଥିବାରୁ କର୍ମଚାରୀମାନେ ନୟାନ୍ତ ହୋଇପଡିଲେଣି। ଆବଶ୍ୟକ କର୍ମଚାରୀ ପଦବୀ ଫାଙ୍କା ପଡିଥିବା ଯୋଗୁ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ଅନ୍ୟପକ୍ଷରେ ବିଭାଗ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଶିକାରୀମାନଙ୍କ ପାଇଁ ନିଆଁ ପ୍ରଶମିତ ହେବାରେ ବିଳମ୍ବ ହେଉଛି। ଅଭୟାରଣ୍ୟରେ ଥିବା ଜୀବଜନ୍ତୁ ଓ ବୃକ୍ଷଲତା ପୋଡି ପାଉଁଶ ହୋଇଯାଉଥିବାରୁ ପରିବେଶବିତ୍‌ଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି।
ଶୁକ୍ରବାର ଅଭୟାରଣ୍ୟର ଦକ୍ଷିଣ ଡିଭିଜନର ୩୮ ଓ ଉତ୍ତର ଡିଭିଜନର ୧୩ଟି ସ୍ଥାନରେ ନିଆଁ ଲାଗିଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍‌. ଜଗଜୟାନନ୍ଦ କହିଛନ୍ତି। ଏହାକୁ ଆୟତ୍ତ କରିବା ପାଇଁ ନିୟୋଜିତ ୬ଟି ଓଡ୍ରାଫ ଟିମ୍‌ର ୫୦ରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କ ସହ ଅଗ୍ନିଶମ, ୬୦୦ ବନ କର୍ମଚାରୀ କାର୍ଯ୍ୟ କରୁଛନ୍ତି ା ଦକ୍ଷିଣରେ ଥିବା ଜେନାବିଲ, ଡୁକୁରା, ନଅଁଣା ସାଉଥ୍‌ ଓ ନର୍ଥ, ଉପରବାରାହାକୁମଡ଼ା, କେନ୍ଦୁମୁଣ୍ଡି, ପିଠାବଟା, ଚହଲା ଓ ଜାତୀୟ ଉଦ୍ୟାନ ରେଞ୍ଜର ବିଭିନ୍ନ ସେକ୍ସନର ବିଟ୍‌ରେ ଏହି ନିଆଁ ଦେଖିବାକୁ ମିଳୁଛି। ତେବେ ବୁଧବାର ୪୭, ଗୁରୁବାର ୩୭ ଓ ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଜଳୁଥିବା ବେଳେ ସେଗୁଡିକୁ ଆୟତ୍ତ କରିବା ପାଇଁ ଅକ୍ଳାନ୍ତ ପରିଶ୍ରମ ଜାରି ରହିଛି ା ତେବେ ବର୍ଷା ଅଭାବରୁ ଶୁଖିଲା ପଡିଥିବା ଜଙ୍ଗଲର କାଠପତ୍ର ଖୁବ୍‌ଶୀଘ୍ର ନିଆଁରେ ପୋଡ଼ିଯାଉଛି। ତେବେ ନିଆଁ ଲାଗିବାର କାରଣ ଖୋଜି ବାହାର କରିବା ସହିତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିବେଶବିତ୍‌ମାନେ ଦାବି କରୁଛନ୍ତି। ଏକ ମାସ ଧରି ବିଭାଗ ପକ୍ଷରୁ ବ୍ୟାପକ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିବା ପରେ ମଧ୍ୟ ନିଆଁ ଲାଗିବା ବନ୍ଦ ହେଉନି। ଯଦି ଏବେଠାରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଯାଏ ତେବେ ଅଭୟାରଣ୍ୟ ଜଳି ପାଉଁଶ ହୋଇଯିବ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri