‘ଶିମିଳିପାଳ ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ’

ବାରିପଦା ଅଫିସ,୮।୧ ଶିମିଳିପାଳ ଅଭୟାରଣ୍ୟକୁ ବନାଗ୍ନିରୁ ମୁକ୍ତ କରିବା ନିମନ୍ତେ ସପ୍ତାହବ୍ୟାପୀ ଜନସଚେତନତା କାର୍ଯ୍ୟକ୍ରମ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଓ ମୟୂରଭଞ୍ଜ ବନବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଛଉ ପଡ଼ିଆରେ ଏନେଇ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ସଂଯୋଜକ ଡ. ଶୁଭେନ୍ଦୁ ଦାସଙ୍କ ପୌରହିତ୍ୟରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍‌.ଜଗଜୟାନନ୍ଦ, ଜିଲାପାଳ ବିନୀତ ଭରଦ୍ୱାଜ, ବିଶ୍ୱ ବିଦ୍ୟାଳୟର କୁଳପତି କିଶୋର କୁମାର ବସା, ଏସ୍‌ପି କେ.ଆର୍‌ ଦ୍ୟାନଦେଓ, ବାରିପଦା ଡିଏଫ୍‌ଓ ସନ୍ତୋଷ ଯୋଷୀ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ(ଦକ୍ଷିଣ)ର ଉପ ନିର୍ଦ୍ଦେଶକ ସାଇ କିରଣ ପ୍ରମୁଖ ସବୁଜ ପତାକା ଦେଖାଇ ସଚେତନତା ରାଲିକୁ ଉଦ୍‌ଘାଟନ କରିଥିଲେ। ବାରିପଦା, କରଞ୍ଜିଆ, ରାଇରଙ୍ଗପୁର ଓ ଉଦଳା ବନଖଣ୍ଡ ଅଧୀନରେ ଥିବା ୧୪ଟି କଲେଜର ସ୍ବେଚ୍ଛାସେବୀମାନେ ଏହି ରାଲି ମାଧ୍ୟମରେ ଶିମିଳିପାଳ ସଂଲଗ୍ନ ୧୧୦ଟି ଗଁା ଲୋକଙ୍କ ସହାୟତାରେ କିପରି ଜଙ୍ଗଲକୁ ନିଅଁା ଦାଉରୁ ରକ୍ଷା କରାଯିବା ନେଇ ସଚେତନତା ସୃଷ୍ଟି କରିବେ। ଶିମିଳିପାଳର ସୁରକ୍ଷା ସମସ୍ତଙ୍କର ଦାୟିତ୍ୱ ବୋଲି ଅତିଥିମାନେ ପ୍ରକାଶ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱ ବିଦ୍ୟାଳୟ ପିଜି କାଉନ୍‌ସିଲ ଅଧ୍ୟକ୍ଷ ପ୍ରଫେସର ଅନୀଲ ବିଶ୍ୱାଳ, ପ୍ରଫେସର ପ୍ରମୋଦ କୁମାର ଶତପଥୀ, ପ୍ରଫେସର ହୃଦାନନ୍ଦ ଥାଟୋଇ, ଆଦିତ୍ୟ ପଟ୍ଟନାୟକ, ଭାନୁମିତ୍ର ଆଚାର୍ଯ୍ୟ, ଅସୀମା ସାହୁ, ସନ୍ତୋଷ ମହାନ୍ତି, ବିଭିନ୍ନ କଲେଜର ଏନ୍‌ଏସ୍‌ଏସ୍‌ ଅଧିକାରୀ, ରେଞ୍ଜର ଓ ବନବିଭାଗ କର୍ମଚାରୀମାନେ ଉପସ୍ଥିତ ରହି ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ କରିଥିଲେ। ଏସିଏଫ୍‌ ରବି ନାରାୟଣ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଏନ୍‌ଏସ୍‌ଏସ୍‌ ଜିଲା ସଂଯୋଜକ ଡ. ସ୍ମୃତି ରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri