Posted inଜାତୀୟ

ବୈଠକ ବାତିଲ କଲେ ଶିନ୍ଦେ, ଦିଲ୍ଲୀ ଗଲେ ଅଜିତ ପାଓ୍ବାର

ମୁମ୍ବାଇ,୨ା୧୨ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ସରକାର ଗଠନ ନେଇ ସୋମବାର ମହାୟୁତି ନେତାମାନଙ୍କ ବୈଠକ ହେବାକୁ ଥିବାବେଳେ କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଅସୁସ୍ଥତା କାରଣ ଦର୍ଶାଇ ଏହାକୁ ବାତିଲ କରିଦେଇଛନ୍ତି। ଶିନ୍ଦେଙ୍କ ପୁଅ ଶ୍ରୀକାନ୍ତ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ପଦ ସମ୍ପର୍କରେ ବିଚାର କରିବାକୁ ଅଗ୍ରାହ୍ୟ କରିଦେଇଛନ୍ତି। ଅନ୍ୟପକ୍ଷରେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାଜପାର କେନ୍ଦ୍ରୀୟ ନେତାମାନଙ୍କ ସହ ଆଲୋଚନା କରିବା ପାଇଁ ଦିଲ୍ଲୀ ଯାଇଛନ୍ତି।

ମହାୟୁତର କେଉଁ ଦଳକୁ କେଉଁ ବିଭାଗ ମିଳିବ ତାହା ଚୂଡ଼ାନ୍ତ କରିବା ପାଇଁ ସୋମବାର ବୈଠକ ବସିବାକୁ ଥିବାବେଳେ ଗଳା ସଂକ୍ରମଣ ଏବଂ ଜ୍ୱର କାରଣରୁ ଶିନ୍ଦେ ବୈଠକ ବାତିଲ କରିଛନ୍ତି। ସେ ଅପରାହ୍ନରେ ଠାଣେ ଯାଇଥିବାରୁ ମଙ୍ଗଳବାର ବୈଠକ କରିବାକୁ ସ୍ଥିର ହୋଇଛି। କିଏ ମୁଖ୍ୟମନ୍ତ୍ରୀ ହେବେ ଏହାକୁ ନେଇ ଜାରି ରହିଥିବା ଉତ୍କଣ୍ଠା ୪ ତାରିଖରେ ଶେଷ ହେବାକୁ ଯାଉଛି। ସେଦିନ ଭାଜପା ବିଧାୟକ ଦଳ ବୈଠକ ବସି ନେତା ନିର୍ବାଚନ କରାଯିବ ବୋଲି ଦଳର ଜଣେ କାର୍ଯ୍ୟକର୍ତ୍ତା କହିଛନ୍ତି। ବିଧାୟକ ଦଳ ବୈଠକ ପାଇଁ ଭାଜପା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାନିଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ବୁଧବାର ସକାଳେ ବିଧାନ ଭବନରେ ବୈଠକ ବସି ମୁଖ୍ୟମନ୍ତ୍ରୀ ଚୟନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆଙ୍କୁ ମିଳିବ ମାଗଣା ବିଜୁଳି: କେଜ୍‌ରିଓ୍ବାଲ୍‌ଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଉ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,...

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ।...

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ...

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ...

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର...

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ...

ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ

ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri