Posted inଜାତୀୟ

ବୈଠକ ବାତିଲ କଲେ ଶିନ୍ଦେ, ଦିଲ୍ଲୀ ଗଲେ ଅଜିତ ପାଓ୍ବାର

ମୁମ୍ବାଇ,୨ା୧୨ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ସରକାର ଗଠନ ନେଇ ସୋମବାର ମହାୟୁତି ନେତାମାନଙ୍କ ବୈଠକ ହେବାକୁ ଥିବାବେଳେ କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଅସୁସ୍ଥତା କାରଣ ଦର୍ଶାଇ ଏହାକୁ ବାତିଲ କରିଦେଇଛନ୍ତି। ଶିନ୍ଦେଙ୍କ ପୁଅ ଶ୍ରୀକାନ୍ତ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ପଦ ସମ୍ପର୍କରେ ବିଚାର କରିବାକୁ ଅଗ୍ରାହ୍ୟ କରିଦେଇଛନ୍ତି। ଅନ୍ୟପକ୍ଷରେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାଜପାର କେନ୍ଦ୍ରୀୟ ନେତାମାନଙ୍କ ସହ ଆଲୋଚନା କରିବା ପାଇଁ ଦିଲ୍ଲୀ ଯାଇଛନ୍ତି।

ମହାୟୁତର କେଉଁ ଦଳକୁ କେଉଁ ବିଭାଗ ମିଳିବ ତାହା ଚୂଡ଼ାନ୍ତ କରିବା ପାଇଁ ସୋମବାର ବୈଠକ ବସିବାକୁ ଥିବାବେଳେ ଗଳା ସଂକ୍ରମଣ ଏବଂ ଜ୍ୱର କାରଣରୁ ଶିନ୍ଦେ ବୈଠକ ବାତିଲ କରିଛନ୍ତି। ସେ ଅପରାହ୍ନରେ ଠାଣେ ଯାଇଥିବାରୁ ମଙ୍ଗଳବାର ବୈଠକ କରିବାକୁ ସ୍ଥିର ହୋଇଛି। କିଏ ମୁଖ୍ୟମନ୍ତ୍ରୀ ହେବେ ଏହାକୁ ନେଇ ଜାରି ରହିଥିବା ଉତ୍କଣ୍ଠା ୪ ତାରିଖରେ ଶେଷ ହେବାକୁ ଯାଉଛି। ସେଦିନ ଭାଜପା ବିଧାୟକ ଦଳ ବୈଠକ ବସି ନେତା ନିର୍ବାଚନ କରାଯିବ ବୋଲି ଦଳର ଜଣେ କାର୍ଯ୍ୟକର୍ତ୍ତା କହିଛନ୍ତି। ବିଧାୟକ ଦଳ ବୈଠକ ପାଇଁ ଭାଜପା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାନିଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ବୁଧବାର ସକାଳେ ବିଧାନ ଭବନରେ ବୈଠକ ବସି ମୁଖ୍ୟମନ୍ତ୍ରୀ ଚୟନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri