Posted inଜାତୀୟ

ଭାଙ୍ଗିବନି ଶିନ୍ଦେ-ଫଡ୍‌ନବିସ ସରକାର: ଅଜିତ ପାଓ୍ବାର

ମୁମ୍ବାଇ,୧୬।୫: ମହାରାଷ୍ଟ୍ରର ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ଶୁଣାଯାଇଥିବା ରାୟ ପରେ ଏବେ ସମସ୍ତଙ୍କ ଅପେକ୍ଷା ମହାରାଷ୍ଟ୍ର ବିଧାନସଭାର ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ। କାରଣ ସେ ହିଁ ଶିନ୍ଦେ ଗ୍ରୁପର ୧୬ ବିଧାୟକଙ୍କ ଅଯୋଗ୍ୟତା ଉପରେ ଶେଷ ନିଷ୍ପତ୍ତି ନେବେ। ଇତିମଧ୍ୟରେ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାର ଦାବି କରିଛନ୍ତି କି ୧୬ ବିଧାୟକ ଅଯୋଗ୍ୟ ଘୋଷଣା ହେବା ପରେ ବି ଶିନ୍ଦେ-ଫଡ୍‌ନବିସ ସରକାର ଭାଙ୍ଗିବ ନାହିଁ। ସେ କହିଛନ୍ତି, ସରକାରଙ୍କ ପ୍ରତି କୌଣସି ବିପଦ ନାହିଁ। ହେଲେ ଅଜିତ ପାଓ୍ବାର ଏହି ଦାବି କେଉଁ ଆଧାରରେ କରିଛନ୍ତି ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ, ଗୁରୁବାର ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ବିଧାନସଭା ବାଚସ୍ପତିଙ୍କୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳର ୧୬ ବିଧାୟକଙ୍କ ସଦସ୍ୟତା ଉପରେ ନିଷ୍ପତ୍ତି ନେବାର ଅଧିକାର ଦେଇଛନ୍ତି। ଏହା ପରେ ବିଧାନସଭା ବାଚସ୍ପତି ରାହୁଲ ନାରଭେକର କହିଛନ୍ତି, କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସେ ଶୀଘ୍ର ଏହି ବିଷୟରେ ନିଷ୍ପତ୍ତି ନେବେ। ଆଉ ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ନିରପେକ୍ଷ ନିଷ୍ପତ୍ତି ନେବେ ଏବଂ କାହାର ଚାପ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ପ୍ରକ୍ରିୟା ଶେଷ କରିବାକୁ ଯେତେ ସମୟ ଲାଗିବ ତାହା ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri