Posted inଜାତୀୟ

ମହାରାଷ୍ଟ୍ରର ନୂତନ ସରକାରଙ୍କୁ ନେଇ ଭବିଷ୍ୟବାଣୀ କଲେ ପାଓ୍ବାର

ମୁମ୍ବାଇ, ୪ା୭: ରାଜନୀତିର ପୁରୁଖା ଖେଳାଳି ତଥା ଏନ୍‌ସିପି ସଭାପତି ଶରଦ ପାଓ୍ବାର ମହାରାଷ୍ଟ୍ରର ନବଗଠିତ ଏକନାଥ ଶିନ୍ଧେ ସରକାରଙ୍କ ସ୍ଥାୟୀତ୍ୱକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ଆସନ୍ତା ୬ ମାସରେ ଶିନ୍ଧେ ସରକାର ଭାଙ୍ଗିଯିବ ବୋଲି ପାଓ୍ବାର କହିଛନ୍ତି। ୨୦୧୯ରେ ମହାରାଷ୍ଟ୍ର ନିର୍ବାଚନରେ ଭାଜପା ସବୁଠାରୁ ବଡ଼ ଦଳ ହୋଇ ଉଭା ହୋଇଥିଲା। ହେଲେ ୧୪୫ ମ୍ୟାଜିକ୍‌ ନମ୍ବର ଅଭାବରୁ ସରକାର ଗଢ଼ିପାରି ନ ଥିଲା। ବିପରୀତ ବିଚାରଧାରାର କଂଗ୍ରେସ ଏବଂ ଏନ୍‌ସିପି ସହ ଶିବସେନା ମହା ବିକାଶ ଅଘାଡି(ଏମ୍‌ଭିଏ) ମେଣ୍ଟ କରି ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ତେବେ ବରିଷ୍ଠ ନେତା ପାଓ୍ବାରଙ୍କ ମତରେ ଶିନ୍ଧେଙ୍କ ସରକାର ୬ ମାସ ତିଷ୍ଠି ପାରିବ ନାହିଁ। ତେଣୁ ଖୁବଶୀଘ୍ର ମହାରାଷ୍ଟ୍ରରେ ଅନ୍ତରୀଣ ନିର୍ବାଚନ ହେବାକୁ ଯାଉଛି। ଥରେ ମନ୍ତ୍ରିମଣ୍ଡଳ ଦାୟିତ୍ୱ ଭାଗବଣ୍ଟା ହେବା ପରେ ଶିନ୍ଧେଙ୍କ ମେଣ୍ଟରେ ବିଶୃଙ୍ଖଳା ସୃଷ୍ଟି ହେବ। ଏହା ହିଁ ସରକାର ଭାଙ୍ଗିବାର ପ୍ରମୁଖ କାରଣ ହେବ ବୋଲି ପାଓ୍ବାର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri