Posted inଜାତୀୟ

ମହାରାଷ୍ଟ୍ରର ନୂତନ ସରକାରଙ୍କୁ ନେଇ ଭବିଷ୍ୟବାଣୀ କଲେ ପାଓ୍ବାର

ମୁମ୍ବାଇ, ୪ା୭: ରାଜନୀତିର ପୁରୁଖା ଖେଳାଳି ତଥା ଏନ୍‌ସିପି ସଭାପତି ଶରଦ ପାଓ୍ବାର ମହାରାଷ୍ଟ୍ରର ନବଗଠିତ ଏକନାଥ ଶିନ୍ଧେ ସରକାରଙ୍କ ସ୍ଥାୟୀତ୍ୱକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ଆସନ୍ତା ୬ ମାସରେ ଶିନ୍ଧେ ସରକାର ଭାଙ୍ଗିଯିବ ବୋଲି ପାଓ୍ବାର କହିଛନ୍ତି। ୨୦୧୯ରେ ମହାରାଷ୍ଟ୍ର ନିର୍ବାଚନରେ ଭାଜପା ସବୁଠାରୁ ବଡ଼ ଦଳ ହୋଇ ଉଭା ହୋଇଥିଲା। ହେଲେ ୧୪୫ ମ୍ୟାଜିକ୍‌ ନମ୍ବର ଅଭାବରୁ ସରକାର ଗଢ଼ିପାରି ନ ଥିଲା। ବିପରୀତ ବିଚାରଧାରାର କଂଗ୍ରେସ ଏବଂ ଏନ୍‌ସିପି ସହ ଶିବସେନା ମହା ବିକାଶ ଅଘାଡି(ଏମ୍‌ଭିଏ) ମେଣ୍ଟ କରି ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ତେବେ ବରିଷ୍ଠ ନେତା ପାଓ୍ବାରଙ୍କ ମତରେ ଶିନ୍ଧେଙ୍କ ସରକାର ୬ ମାସ ତିଷ୍ଠି ପାରିବ ନାହିଁ। ତେଣୁ ଖୁବଶୀଘ୍ର ମହାରାଷ୍ଟ୍ରରେ ଅନ୍ତରୀଣ ନିର୍ବାଚନ ହେବାକୁ ଯାଉଛି। ଥରେ ମନ୍ତ୍ରିମଣ୍ଡଳ ଦାୟିତ୍ୱ ଭାଗବଣ୍ଟା ହେବା ପରେ ଶିନ୍ଧେଙ୍କ ମେଣ୍ଟରେ ବିଶୃଙ୍ଖଳା ସୃଷ୍ଟି ହେବ। ଏହା ହିଁ ସରକାର ଭାଙ୍ଗିବାର ପ୍ରମୁଖ କାରଣ ହେବ ବୋଲି ପାଓ୍ବାର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri