Posted inଜାତୀୟ

ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦରେ ରହିବେ: ଭାଜପା…

ମୁମ୍ବାଇ,୧୯।୮ : ନିକଟରେ ମହାରାଷ୍ଟ୍ର ରାଜନୀତିରେ ବହୁ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଜିତ ପାୱାର ଶିନ୍ଦେ ଗୋଷ୍ଠୀରେ ଯୋଗଦେବା ଶରଦ ପାୱାରଙ୍କ ପାଇଁ ଏକ ବଡ଼ ଝଟକା ଥିଲା। କିନ୍ତୁ ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତିକୁ ଉଷ୍ଣ କରିଦେଇଥିଲା, ଯାହା ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା। ଅପରପକ୍ଷରେ, ଶନିବାର ମହାରାଷ୍ଟ୍ର ବିଧାନସଭାରେ ବିରୋଧୀ ଦଳ କଂଗ୍ରେସର ନେତା ବିଜୟ ୱାଡେଟିୱାର କହିଛନ୍ତି ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦବୀରେ ପରିବର୍ତ୍ତନ ଦେଖିବାକୁ ମିଳିବ। କିନ୍ତ ଭାଜପା ତାଙ୍କ ଦାବିକୁ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି।

ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ କହିଛନ୍ତିେ ବିଜୟ ୱାଡେଟିୱାରଙ୍କ ବିବୃତ୍ତି ନେଇ ମୁଁ ସହମତ ନୁହେଁ। ଆସନ୍ତା ବର୍ଷ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ରହିବେ। ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଶୀର୍ଷ ପଦବୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଗାମୀ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଶିନ୍ଦେଙ୍କୁ ତାଙ୍କ ପଦରୁ କେହି ହଟାଇ ପାରିବେ ନାହିଁ। ଆମର ବରିଷ୍ଠ ନେତାମାନେ ଏହା ସ୍ପଷ୍ଟ କରିସାରିଛନ୍ତି।

ଖବରଦାତାଙ୍କୁ ୱାଡେଟିୱାର କହିଥିଲେ ଆସନ୍ତା କିଛି ସପ୍ତାହ ମଧ୍ୟରେ ମହାରାଷ୍ଟ୍ର ରାଜ୍ୟ ସରକାରରେ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିବ। ରାଜ୍ୟରେ ନିଶ୍ଚିତ ଏକ ବଡ଼ ପରିବର୍ତ୍ତନ ହେବ। ମୁଁ କହୁନାହିଁ ସରକାର ବଦଳିବେ, କିନ୍ତୁ ସେପ୍ଟେମ୍ବର ସୁଦ୍ଧା ମୁଖ୍ୟ ପଦବୀରେ ନିଶ୍ଚିତ ରୂପେ ପରିବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri