Posted inଜାତୀୟ

ଶିନ୍ଦେ ଗୋଷ୍ଠୀକୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୨: ଏକନାଥ ଶିନ୍ଦେ ଗୋଷ୍ଠୀକୁ ଅସଲ ଶିବସେନା ଭାବେ ସ୍ବୀକୃତି ଦେବା ପାଇଁ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକ୍‌ରେ ଗୋଷ୍ଠୀର ଆବେଦନ ଉପରେ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ଏକନାଥ ଶିବିର ଏବଂ ନିର୍ବାଚନ ଆୟୋଗଙ୍କୁ ନୋଟିସ ଜାରି କରିଥିବାବେଳେ ଆୟୋଗର ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକ୍‌ରେ କ୍ୟାମ୍ପର ଆବେଦନ ଶୁଣିବାକୁ ନିଷ୍ପତ୍ତି ନେଇଛନ୍ତି।
ଭାରତର ପ୍ରଧାନ ବିଚାରପତି (ସିଜେଇ) ଡିଏ ଚନ୍ଦ୍ରଚୁଡ, ଜଷ୍ଟିସ ପି.ଏସ ନରସିଂହ ଏବଂ ଜଷ୍ଟିସ ଜେ.ବି ପାରଦୀୱାଲାଙ୍କ ଏକ ବେଞ୍ଚ ଉଦ୍ଧବ ଗୋଷ୍ଠୀର ଆବେଦନ ଶୁଣାଣି କରି କହିଛନ୍ତି ଚିଞ୍ଚଓ୍ବାଡ ଏବଂ କସ୍‌ପା ପେଠ ଉପନିର୍ବାଚନ ପାଇଁ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନାମ ଏବଂ ‘ଜଳୁଥିବା ମଶାଲ’ ନିର୍ବାଚନ ପ୍ରତୀକ ବ୍ୟବହାର କରିବାକୁ ସ୍ବାଧୀନତା ଦେଇଛନ୍ତି। ଉଦ୍ଧବ ସମର୍ଥତ୍ତ ଏମ୍‌ପି ଏବଂ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରାଯିବ ନାହିଁ ବୋଲି ଶିନ୍ଦେ ଗୋଷ୍ଠୀ ବର୍ତ୍ତମାନ ପର୍ଯ୍ୟନ୍ତ ହ୍ବିପ୍‌ ଜାରି କରି ପାରିବ ନାହିଁ। ପରବର୍ତ୍ତୀ ଶୁଣାଣି ୩ ସପ୍ତାହ ପରେ ହେବ।
ଏକନାଥ ଗୋଷ୍ଠୀକୁ ପ୍ରକୃତ ଶିବସେନାର ସ୍ବୀକୃତି ଏବଂ ଧନୁତୀର ଚିହ୍ନ ପ୍ରଦାନ ଲାଗି ନିର୍ବାଚନ କମିଶନ (ଇସି)ଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଉଦ୍ଧବ ଠାକ୍‌ରେ ଗୋଷ୍ଠୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟ ବୁଧବାର ଏହାର ଶୁଣାଣି କରିବାକୁ ରାଜି ହୋଇଛନ୍ତି। ଉଦ୍ଧବ ଗୋଷ୍ଠୀ ତରଫରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ୍‌ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ ଉକ୍ତ ପିଟିଶନ ଉପସ୍ଥାପନ କରିଥିଲେ। ଖଣ୍ଡପୀଠରେ ଜଷ୍ଟିସ୍‌ କ୍ରିଷ୍ଣା ମୁରାରୀ ଏବଂ ପି.ଏସ୍‌. ନରସିଂହ ରହିଛନ୍ତି। ଯଦି ଇସିଙ୍କ ନିର୍ଦ୍ଦେଶ ଉପରେ ସ୍ଥଗିତାଦେଶ ଜାରି କରା ନ ଯାଏ, ତେବେ ସେମାନେ ନିର୍ବାଚନୀ ଚିହ୍ନ ଏବଂ ବ୍ୟାଙ୍କ ଆକାଉଣ୍ଟ କବ୍‌ଜା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri