Posted inଜାତୀୟ

ଶିନ୍ଦେଙ୍କ ଘୋଷଣା: ମରାଠାଙ୍କୁ ମିଳିବ ସଂରକ୍ଷଣ

ମୁମ୍ବାଇ,୧ା୧୧:ମହାରାଷ୍ଟ୍ରର ଅନ୍ୟ ସମ୍ପ୍ରଦାୟଗୁଡ଼ିକୁ ମିଳୁଥିବା ସଂରକ୍ଷଣ ସୁବିଧାକୁ ଅପରିବର୍ତ୍ତିତ ରଖି ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଲାଗି ବୁଧବାର ସର୍ବଦଳୀୟ ବୈଠକରେ ସହମତି ହୋଇଥିବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଘୋଷଣା କରିଛନ୍ତି। ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଦାବିରେ ଆକ୍ଟିଭିଷ୍ଟ ମନୋଜ ଜରାଙ୍ଗେ ଗତ ୨୫ ତାରିଖରୁ ଅନଶନରେ ବସିଛନ୍ତି। ତାଙ୍କୁ ଅନଶନରୁ ଓହରିଯିବାକୁ ମୁଖ୍ୟମନ୍ତ୍ରୀ ଏକ ଖବରଦାତା ସମ୍ମିଳନୀ ଜରିଆରେ ଅନୁରୋଧ କରିବା ସହ ସମସ୍ୟାର ସମାଧାନ ଲାଗି ସରକାରଙ୍କୁ କିଛିଦିନ ସମୟ ଦେବା ଲାଗି କହିଛନ୍ତି। ସଂରକ୍ଷଣ ଦାବିରେ ଆନ୍ଦୋଳନ ତେଜିବା ପରେ ମୁଖ୍ୟମନ୍ତ୍ରୀ ଏହା ଉପରେ ଆଲୋଚନା ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ। ସରକାର ମରାଠାଓ୍ବାଡ଼ିର ମରାଠାମାନଙ୍କୁ ଓବିସି ସୁବିଧା ଦେବା ଲାଗି ସେମାନଙ୍କୁ କୁନ୍‌ବି ଜାତି ପ୍ରମାଣପତ୍ର ଯୋଗାଇ ଦେଉଛନ୍ତି। ଦ୍ୱିତୀୟରେ ତ୍ରୁଟିଶୂନ୍ୟ ସଂଶୋଧିତ ପିଟିଶନ ଦାଏର ଲାଗି ମଧ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ମରାଠା ସଂରକ୍ଷଣ ଦୁଇ ପର୍ଯ୍ୟାୟରେ ଯୋଗାଇ ଦିଆଯିବ ବୋଲି ଶିନ୍ଦେ କହିଛନ୍ତି। କୋଟା ପାଇଁ କିଛିଦିନ ହେଲା ଚାଲିଥିବା ହିଂସାତ୍ମକ ଆନ୍ଦୋଳନକୁ ନେଇ ସର୍ବଦଳୀୟ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଭଳି ହିଂସା କୋଟା ଆନ୍ଦୋଳନରେ ଏକ ଦାଗ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?