Posted inଜାତୀୟ

ଶିବସେନା ଶାଖା ଉପରେ ଶିନ୍ଦେଙ୍କ ନଜର…

ମୁମ୍ବାଇ,୧୯।୨ : ଶିବସେନା ଶାଖାଗୁଡ଼ିକୁ ଦଳର ମୂଳ ଭିତ୍ତିଭୂମି ଏବଂ ମେରୁଦଣ୍ଡ ଭାବରେ ବିବେଚନା କରାଯାଏ। ଯେପର୍ଯ୍ୟନ୍ତ ଶାଖା ଅଛନ୍ତି, ଉଦ୍ଧବ ଠାକରେ ପରିବାର ମହାରାଷ୍ଟ୍ର ରାଜନୀତିରେ ଯେକୌଣସି ସମୟରେ ପ୍ରତ୍ୟାବର୍ତ୍ତନ କରିପାରିବେ। ଏଭଳି ପରିସ୍ଥିତିରେ ପର୍ଯ୍ୟବେକ୍ଷକମାନେ ମତ ପୋଷଣ କରୁଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳ ବର୍ତ୍ତମାନ ଏହା ଉପରେ ନଜର ରଖିଛନ୍ତି।

ସେ ଧୀରେ ଧୀରେ, ପର୍ଯ୍ୟାୟକ୍ରମେ ଶାଖାଗୁଡ଼ିକୁ ଦଖଲ କରିପାରନ୍ତି। ରତ୍ନାଗିରିର ଦାପୋଲିରେ ସ୍ଥାନୀୟ ଶାଖାର ନିୟନ୍ତ୍ରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ସାରିଛି। ଅନ୍ୟପକ୍ଷରେ, ଉଦ୍ଧବ ଦଳର ନେତାମାନେ କହିଛନ୍ତି ଯେ ଶାଖା ନେଟୱାର୍କ ସେମାନଙ୍କ ସହ ଅଛି ଏବଂ ଏହା କୁଆଡେ ଯିବ ନାହିଁ।

ଶିବସେନାର ଦାଦର ସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟ ଶିବସେନା ଭବନ କାହାର ହେବ ତାହା ଏକ ବଡ଼ ପ୍ରଶ୍ନ ପାଲଟିଛି। ଏହି କୋଠାର ବଜାର ମୂଲ୍ୟ ପ୍ରାୟ ୩୦୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି ବିଦ୍ୟା ଭବନ କାର୍ଯ୍ୟାଳୟ ଏବଂ ରାଜ୍ୟ କାର୍ଯ୍ୟାଳୟ ଶିବାଳୟକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି।

ସୂଚନାନୁସାରେ, ଶିବସେନା ବିଲଡିଂ ଶିବ ଟ୍ରଷ୍ଟର ଅଟେ, ଯାହାର ଅଧ୍ୟକ୍ଷ ଲୀଲାଧର ଡାକେ ଅଛନ୍ତି। ତେଣୁ ଉଦ୍ଧବ ଦଳ ଶିବସେନା ଭବନକୁ ବଜାୟ ରଖିବାର ସମ୍ଭାବନା ରହିଛି। କିନ୍ତୁ ବିଧାନ ଭବନ ଏବଂ ଶିବାଳୟ ସମେତ ବିଏମସି କାର୍ଯ୍ୟାଳୟକୁ ଶିନ୍ଦେ ଦଳ ଦାବି କରିପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri