Posted inଖେଳ

ଚମକିଲେ ଜୁନିୟର ତେନ୍ଦୁଲକର, ଗୋଟିଏ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୧୫।୨: ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଆନୁକୂଲ୍ୟରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ନିଜ ଦଳ ଏମ୍‌ଆଇଜି କ୍ରିକେଟ କ୍ଲବକୁ ବିଜୟୀ କରାଇଛନ୍ତି। ଏହି ମ୍ୟାଚ୍‌ରେ ଏମ୍‌ଆଇଜି ୧୯୪ ରନରେ ଇସ୍‌ଲାମ ଜିମ୍‌ଖାନ୍ନାକୁ ପରାସ୍ତ କରିଛି। ଅର୍ଜୁନ ଏହି ମ୍ୟାଚ୍‌ରେ ୩୧ ବଲରୁ ଦ୍ରୁତ ଅପରାଜିତ ୭୭ ରନ୍‌ କରିବା ସହ ୪୧ ରନ୍‌ ଦେଇ ମୂଲ୍ୟବାନ ୩ ଉଇକେଟ ଅକ୍ତିଆର କରିଥିଲେ। ୨୧ ବର୍ଷୀୟ ଅର୍ଜୁନ ତାଙ୍କ ଇନିଂସରେ ୫ଟି ଚୌକା ଓ ୮ଟି ଛକା ମାରିଥିଲେ। ଅଫ୍‌ ସ୍ପିନର ହସିର ଦାଫେଦାରଙ୍କ ଗୋଟିଏ ଓଭରରେ ସେ ୫ଟି ଛକା ମାରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏମ୍‌ଆଇଜି ପ୍ରଥମେ ବ୍ୟାଟିଂ କରି ୪୫ ଓଭରରେ ୭ ଉଇକେଟ ହରାଇ ୩୮୫ ରନ ସଂଗ୍ରହ କରିଥିଲା। ଜବାବରେ ଜିମ୍‌ଖାନା ୪୧.୫ ଓଭରରେ ୧୯୧ ରନ କରି ଅଲଆଉଟ ହୋଇଥିଲା। ବୋଲିଂରେ ବିଜୟୀ ଦଳ ତରଫରୁ ଅଙ୍କୁଶ ଜୟସ୍ବାଲ, ଶ୍ରେୟାସ ଗୌରବ ଓ ଅର୍ଜୁନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। କିଛି ଦିନ ତଳେ ଅର୍ଜୁନ ମୁମ୍ବାଇ ତରଫରୁ ସୟଦ ମୁସ୍ତାକ ଅଲି ଟ୍ରଫିରେ ପଦାର୍ପଣ କରିଥିଲେ। ସେ ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପରବର୍ତ୍ତୀ ସଂସ୍କରଣ ପାଇଁ ଆୟୋଜନ ହେବାକୁ ଥିବା ଖେଳାଳି ନିଲାମ ତାଲିକାରେ ସ୍ଥାନ ପାଇଛନ୍ତି। ଚେନ୍ନାଇରେ ଆସନ୍ତା ୧୮ ତାରିଖରେ ନିଲାମ ଆୟୋଜନ ହେବ। ପୂର୍ବରୁ ମଧ୍ୟ ଅର୍ଜୁନ ଭାରତୀୟ ଜାତୀୟ ଦଳ ପାଇଁ ନେଟ୍ସରେ ବୋଲିଂ କରିବାର ସୁଯୋଗ ପାଇଥିଲେ। ସେ ୧୯ ବର୍ଷରୁ କମ୍‌ ଦଳ ସହ ଶ୍ରୀଲଙ୍କା ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri