Posted inଜାତୀୟ

ଶିଙ୍କୁଲା ପାସ୍‌ରେ ହେବ ବିଶ୍ୱର ସର୍ବବୃହତ୍‌ ଟନେଲ

ନୂଆଦିଲ୍ଲୀ,୧୬ା୨: ପୂର୍ବ ଲଦାଖ ଓ ହିମାଚଳ ପ୍ରଦେଶକୁ ଯୋଡ଼ିବାକୁ ଥିବା ବିଶ୍ୱର ସର୍ବବୃହତ୍‌ ସୁଡ଼ଙ୍ଗ ଶିଙ୍କୁଲା ଟନେଲ (ସମୁଦ୍ର ପତ୍ତନରୁ ୧୬,୭୦୩ ଫୁଟ୍‌ ଉଚ୍ଚ) ନିର୍ମାଣ ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ମିଳିଛି। ଏଥିସହ ଭାରତ-ଚାଇନା ମଧ୍ୟସ୍ଥ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ସଂଲଗ୍ନ ଅଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ଇଣ୍ଡୋ-ତିବ୍ବତୀୟ ସୀମା ପୋଲିସ (ଆଇଟିବିପି)ର ୭ଟି ନୂଆ ବାଟାଲିୟନ୍‌ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମଧ୍ୟ ମୋହର ପଡ଼ିଛି।
ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍‌ (ସିସିଏସ୍‌) ବୈଠକ ଲଦାଖ ସହ ଦେଶର ଅବଶିଷ୍ଟ ଅଞ୍ଚଳକୁ ସବୁ ଋତୁରେ ଯୋଡ଼ିବା ଲକ୍ଷ୍ୟରେ ୪ କି.ମି. ଲମ୍ବର ଶିଙ୍କୁଲା ଟନେଲ୍‌ ଓ ଏହାର ଆପ୍ରୋଚ୍‌ ରୋଡ୍‌ ନିର୍ମାଣକୁ ମଞ୍ଜୁରୀ ଦେଇଛି। ଏହାକୁ ବର୍ଡର ରୋଡ୍‌ ଅର୍ଗାନାଇଜେଶନ୍‌ (ବିଆର୍‌ଓ) ନିର୍ମାଣ କରିବ।
ପରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ପ୍ରସ୍ତାବ ଅନୁଯାୟୀ, ୧,୮୦୮ କୋଟି ଟଙ୍କା ବ୍ୟୟରେ ୨୦୨୫-୨୬ ସୁଦ୍ଧା ଏକ ସେକ୍ଟର ହେଡ୍‌କ୍ୱାର୍ଟର ପ୍ରତିଷ୍ଠା କରାଯିବ। ଏଥିପାଇଁ ୯,୪୦୦ ପଦବୀ ସୃଷ୍ଟି କରାଯିବ। ଯବାନଙ୍କ ରାଶନ ଓ ଖାଦ୍ୟ ବାବଦକୁ ୯୬୩ କୋଟି ଟଙ୍କା ଖର୍ଚ୍ଚ ହେବ। ୪୭ଟି ନୂଆ ଆଉଟ୍‌ପୋଷ୍ଟ ଓ ୧୨ ଷ୍ଟେଜିଂ କ୍ୟାମ୍ପ୍‌ ମଧ୍ୟ ପ୍ରତିଷ୍ଠା କରାଯିବ। ଏହାଫଳରେ ସ୍ବାସ୍ଥ୍ୟ, ପର୍ଯ୍ୟଟନ ଓ ଶିକ୍ଷା କ୍ଷେତ୍ରରେ ନିବେଶ ବଢ଼ିବା ସହ ଶୀତଋତୁରେ ଯୋଗାଣ ଶୃଙ୍ଖଳ ମଜଭୁତ ହେବ। ଯବାନମାନଙ୍କ ଯାତାୟାତ ମଧ୍ୟ ସୁଗମ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri