ଆବେଙ୍କ ହତ୍ୟାକାରୀ ଗିରଫ, କହିଲେ କେଉଁ କାରଣରୁ ମାରିଥିଲେ ଗୁଳି

ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଶୁକ୍ରବାର ଏକ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ତାଙ୍କୁ ପଛପଟୁ ଗୁଳି କରାଯାଇଥିଲା। ଆବେଙ୍କ ବେକର ଡାହାଣ ପାର୍ଶ୍ୱରେ ଗୁଳି ବାଜିଥିବାରୁ ତାଙ୍କ ଛାତିରେ ଆଭ୍ୟନ୍ତରୀଣ ରକ୍ତତ୍ସାବ ହୋଇଥିଲା। ଫଳରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ଉକ୍ତ ବ୍ୟକ୍ତିଜଣଙ୍କ ତେତ୍ସୁୟା ୟାମାଗାମୀ ବୋଲି ଜଣାପଡ଼ିଛି। ତାଙ୍କଠାରୁ ଏକ ଦେଶୀ ବନ୍ଦୁକ ଜବତ କରାଯାଇଛି।

ପୋଲିସ ଆକ୍ରମଣକାରୀ ୟାମାଗାମୀଙ୍କ ସମ୍ପର୍କରେ ଅଧିକ ସୂଚନା ଦେଇନାହିଁ। ହେଲେ ଜାପାନର ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ସେ ଜାପାନର ସାମୁଦ୍ରିକ ଆତ୍ମରକ୍ଷା ବାହିନୀର ଜଣେ ପୂର୍ବତନ ସଦସ୍ୟ। ୨୦୦୫ ଯାଏ ସେ ସେନାରେ ୩ ବର୍ଷ ବିତାଇଛନ୍ତି। ସେ ନିଜ ହାତ ତିଆରି ବନ୍ଧୁକରେ ଆବେଙ୍କୁ ଗୁଳି କରିବା ପରେ ଖସିଯିବାକୁ ଚେଷ୍ଟା କରି ନ ଥିଲେ। ଏଣୁ ତାଙ୍କୁ ସହଜରେ କାବୁ କରାଯାଇଥିଲା।

ୟାମାଗାମୀ ତାଙ୍କ ଅପରାଧକୁ ସ୍ବୀକାର କରିଛନ୍ତି। ସେ ଆବେଙ୍କ ଉପରେ ଅସନ୍ତୁଷ୍ଟ ଥିବାରୁ ଏଭଳି କାଣ୍ଡ ଘଟାଇଥିବା କହିଛନ୍ତି। ହେଲେ ଆବେଙ୍କ ରାଜନୈତିକ ମାନ୍ୟତା ଉପରେ ତାଙ୍କର ଅଭିଯୋଗ ନାହିଁ ବୋଳି ମଧ୍ୟ ସେ କହିଛନ୍ତି।

କହିରଖୁଛୁ, ପଶ୍ଚିମ ଜାପାନର ନାରାଠାରେ ଶୁକ୍ରବାର ଭାଷଣ ଆରମ୍ଭ କରିବାର ୬୭ ମିନିଟ ପରେ ଆବେଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ତୁରନ୍ତ ବିମାନ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ୨୦୨୦ରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଆବେ ଇସ୍ତଫା ଦେବା ପରେ ଦେଶର ଦୀର୍ଘତମ ସମୟ ଲାଗି ପ୍ରଧାନମନ୍ତ୍ରୀ ପାଲଟିଥିବା ନେତା ପାଲଟିଥିଲେ। ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶ ଭାବେ ପରିଗଣିତ ଜାପାନରେ ଏଭଳି ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri