୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ କାଲିମାଣ୍ଟନ ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଜାହାଜର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଘଟଣାର ତୁରନ୍ତ ପରେ, ସ୍ଥାନୀୟ ଉଦ୍ଧାରକାରୀ ଦଳ ସମୁଦ୍ର ମଧ୍ୟରେ ବହୁ ଖୋଜାଖୋଜି କରାଯିବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।
ଦକ୍ଷିଣ କାଲିମାଣ୍ଟନ ପ୍ରଦେଶର ରାଜଧାନୀ ବଞ୍ଜରମାସିନ୍ସ୍ଥିତ ଉଦ୍ଧାର କାର୍ଯ୍ୟାଳୟ ସୂଚନା ଦେଇଛି ଯେ ‘ଭର୍ଗୋ ଟ୍ରାନ୍ସପୋର୍ଟ ୮’ (Virgo Transport 8) ନାମକ ଏହି ଜାହାଜଟିରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯୋଗାଯୋଗ ବିଫଳ ହୋଇଥିଲା।
ଜାହାଜଟି ଇଣ୍ଡୋନେସିଆର ଦ୍ୱିତୀୟ ବୃହତ୍ତମ ସହର ସୁରାବାୟାରୁ ବଞ୍ଜରମାସିନ ଅଭିମୁଖେ ଯାତ୍ରା କରୁଥିଲା। ଜାହାଜର ପରିଚାଳକ ଅଧିକାରୀମାନଙ୍କୁ ଜଣାଇଥିଲେ ଯେ ସମୁଦ୍ରରେ ପାଗ ହଠାତ ଖରାପ ହେବା ପରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।
ପ୍ରାଥମିକ ସୂଚନା ଅନୁଯାୟୀ, ଜାହାଜର ଶେଷ ଅବସ୍ଥିତି ଜାଭା ସାଗରରେ ଥିଲା, ଯାହା ବଞ୍ଜରମାସିନ ଉପକୂଳରୁ ପ୍ରାୟ ୧୪୮ କିଲୋମିଟର ଦୂରରେ ରହିଛି। ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତଙ୍କ ଖବର ମିଳିନାହିଁ ଏବଂ ଯଥାଶୀଘ୍ର ଜାହାଜ ନିକଟରେ ପହଞ୍ଚିବାକୁ ପ୍ରାଥମିକତା ଦିଆଯାଉଛି।
ଯୋଗାଯୋଗ ବିଚ୍ଛିନ୍ନ ହେବା କଥା ନିଶ୍ଚିତ କରି ବଞ୍ଜରମାସିନ ଉଦ୍ଧାରକାରୀ ସଂସ୍ଥାର ଅପରେଶନ ମୁଖ୍ୟ ଆରିୟାଣ୍ଟୋ ଆର୍ଡି କହିଛନ୍ତି ଯେ ଉଦ୍ଧାରକାରୀ କର୍ମଚାରୀ ଏବଂ ଜାହାଜଗୁଡ଼ିକୁ ତୁରନ୍ତ ସେହି ଅଞ୍ଚଳକୁ ପଠାଯାଇଛି।
ଆର୍ଡି ଆହୁରି ମଧ୍ୟ କହିଛନ୍ତି, ‘ପରିସ୍ଥିତି ଉପରେ ନଜର ରଖିବା ଏବଂ ଖୋଜାଖୋଜି ଅଭିଯାନର ସମନ୍ବୟ ରକ୍ଷା କରିବା ପାଇଁ ଆମେ ତ୍ରିଶକ୍ତି (Trishakti) ଠାରେ ଏକ ଅପରେସନ ପୋଷ୍ଟ ସ୍ଥାପନ କରିଛୁ।’ ରିଲିଫ ଏବଂ ଉଦ୍ଧାରକାରୀ ଦଳ ନିଖୋଜ ଜାହାଜକୁ ଠାବ କରିବା ପାଇଁ ସକ୍ରିୟ ଭାବେ କାର୍ଯ୍ୟ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?