ଶ୍ରୀଲଙ୍କା ଜାହାଜରେ ନିଆଁ

ନୂଆଦିଲ୍ଲୀ, ୨୬।୫: ଶ୍ରୀଲଙ୍କା ରାଜଧାନୀ କଲମ୍ବୋ ଉପକୂଳରେ ଏମ୍‌ଭି ଏକ୍ସ-ପ୍ରେସ୍‌ ପର୍ଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷଙ୍କ ଅନୁରୋଧ କ୍ରମେ ଭାରତୀୟ ତଟରକ୍ଷା ବାହିନୀ (ଆଇସିଜି) ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛି। ସାମୁଦ୍ରିକ ପାଟ୍ରୋଲିଂରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷା ବାହିନୀ ଜାହାଜ ବୈଭବକୁ ତୁରନ୍ତ ଘଟଣାସ୍ଥଳକୁ ପଠାଯାଇଥିବା ବେଳେ ଟୁଟିକୋରିନ୍‌ରୁ ଯାଇଥିବା ଅନ୍ୟତମ ଜାହାଜ ବଜ୍ର କଲମ୍ବୋ ଉପକୂଳରେ ପହଞ୍ଚିଛି। ପାଗ ଖରାପ ସତ୍ତ୍ୱେ ତଟରକ୍ଷା ବାହିନୀ ଦୁଃସାହସିକତାର ସହିତ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲା। ଏହା ବ୍ୟତୀତ ଆଇସିଜି ଜାହାଜ ସମୁଦ୍ର ପ୍ରହରିକୁ ମଧ୍ୟ ପଠାଯାଇଛି। ନିଆଁ ଲାଗିଥିବା ଏମ୍‌ଭି ଏକ୍ସ-ପ୍ରେସ୍‌ ପର୍ଲର ୧,୪୮୬ଟି ନାଇଟ୍ରିକ୍‌ ଏସିଡ୍‌ କଣ୍ଟେନର ଏବଂ ଅନ୍ୟାନ୍ୟ ବିପଜ୍ଜନକ ଆଇଏମ୍‌ଡିଜି କୋଡ ରସାୟନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?