ଯେଉଁଠି ଜାହାଜଙ୍କୁ ଦିଆଯାଏ କବର!

ଜନ୍ମ ପରେ ଏକମାତ୍ର ସତ୍ୟ ହେଉଛି ମୃତ୍ୟୁ। ଯିଏ ବି ଜନ୍ମ ହୋଇଛି ତା’ର ମୃତ୍ୟୁ ସୁନିଶ୍ଚିତ। ତେବେ ମଣିଷ, ଜୀବଜନ୍ତୁ କି ଉଦ୍ଭିଦର ମୃତ୍ୟୁ ବିଷୟରେ ଆପଣ ନିଶ୍ଚିତ ଶୁଣିଥିବେ। କେବେ ନିର୍ଜୀବ ବସ୍ତୁର ମୃତ୍ୟୁ କଥା ଶୁଣିଛନ୍ତି। ମଣିଷର ମୃତ୍ୟୁ ପରେ ପରିବାର ସ୍ବଜନ ତାଙ୍କୁ ଶ୍ମଶାନରେ ପୋଡିଥା’ନ୍ତି କିମ୍ବା କବରରେ ପୋତି ଦେଇଥା’ନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଆମେ ଆପଣଙ୍କୁ ଏପରି ଏକ ନିର୍ଜୀବ ବସ୍ତୁ ବିଷୟରେ କହିବୁ ଯାହାର ମୃତ୍ୟୁ ପରେ ସେମାନଙ୍କୁ କବର ଦିଆଯାଏ। ଇଂଲଣ୍ଡରେ ଏପରି ଏକ ସ୍ଥାନ ରହିଛି ଯେଉଁଠାରେ ଜାହାଜମାନଙ୍କର ମୃତ୍ୟୁ ପରେ କବର ଦିଆଯାଏ। ଏହି କାରଣରୁ ଏହି ସ୍ଥାନକୁ ‘ଜାହାଜର କବରସ୍ଥାନ’ ମଧ୍ୟ କୁହାଯାଏ।

ଇଂଲଣ୍ଡର ଗ୍ଲୁକେଷ୍ଟେରେଶେରର ସବର୍ନ ନଦୀ ନିକଟରେ ପର୍ଟନ ହଲ୍କସ ଅଛି। ଏହି ସ୍ଥାନଟି ଜାହାଜର କବରସ୍ଥାନ ଭାବରେ ପରିଚିତ। ପ୍ରାୟ ଡଜନ ଜାହାଜ ମୃତ ପ୍ରାୟ ଭାବେ ଏଠାରେ ପଡି ରହିଛନ୍ତି। ଏହି ସ୍ଥାନରେ ଏତେ ସଂଖ୍ୟକ ଜାହାଜ ଅଛି ଯେ ଏହା ଏକ ଶବଗୃହ ଭାବରେ ଦେଖାଯିବ। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ସ୍ଥାନରେ ଥିବା ସମସ୍ତ ଜାହାଜ ଏବେ ପଥରରେ ପରିଣତ ହୋଇଯାଇଛନ୍ତି।

ପ୍ରାୟ ୨୦୦ ବର୍ଷ ପୂର୍ବେ, ସବର୍ନ ନଦୀର ଏକ ବିପଦପୂର୍ଣ୍ଣ ଭାଗକୁ ପାର କରିବା ପାଇଁ ଗ୍ଲୁକେଷ୍ଟେରେଶେର ଓ ଶାର୍ପନିସ ନାମକ ଦୁଇଟି ଅଞ୍ଚଳ ମଧ୍ୟରେ ଏକ କେନାଲ ଖୋଳା ଯାଇଥିଲା। ୧୮୨୭ ମସିହାରେ ଖୋଳା ହୋଇଥିବା ଏହି କେନାଲର ମୋଟେଇ ପ୍ରାୟ ୨୬ ମିଟର ଥିଲା। ଏହା ପ୍ରାୟ ୫.୫ ମିଟର ଗଭୀର ଥିଲା। ଏଥିରେ ପ୍ରାୟ ୬୦୦ ଟନ ଓଜନର ଜାହାଜ ରହିପାରୁଥିଲା। ଆମ୍ୟୁଜିଂ ପ୍ଲାନେଟ ୱେବସାଇଟ ରିପୋର୍ଟ ଅନୁଯାୟୀ ୧୯୦୯ମସିହାରେ, ନଦୀର ସେହି କୂଳ ସମ୍ପୂର୍ଣ୍ଣ ଧୋଇ ହୋଇଗଲା। ଏହି ସମସ୍ୟାର ସମାଧାନ ପାଇଁ କେନାଲ ନିର୍ମାଣକାରୀ କମ୍ପାନୀର ମୁଖ୍ୟ ଇଞ୍ଜିନିୟର ଏଜେ କୁଲିସ ଏକ ଯୋଜନା ପ୍ରସ୍ତୁତ କରିଥିଲେ। ପୁରୁଣା ଜଳ ଜାହାଜଗୁଡ଼ିକୁ ନଦୀ କୂଳରେ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ। ଯାହା ଦ୍ୱାରା କେନାଲ ଏବଂ ନଦୀ ମଧ୍ୟରେ ଥିବା ଛୋଟ ଜମିକୁ ବନ୍ୟା ପରିସ୍ଥିତିରୁ ରକ୍ଷା କରାଯାଇପାରିବ। ଜାହାଜକୁ ରଖିବା ଦ୍ୱାରା ବନ୍ୟା ଜଳ ସ୍ଥଳଭାଗକୁ ଆସିବ ନାହିଁ ଏବଂ ଜମି ସୁରକ୍ଷିତ ରହିବ।

ପରେ ସାର୍ପନେସ ଡକ୍‌ରୁ ଡଜନେ ପୁରୁଣା ଜାହାଜକୁ ଅଣାଗଲା। ସେମାନଙ୍କୁ ନଦୀ କୂଳରେ ଏପରି ରଖାଯାଇଥିଲା ଯେପରି ସ୍ଥଳଭାଗକୁ ପାଣି ଆସିବ ପାରିବ ନାହିଁ। ଜାହାଜଗୁଡିକରେ ଛିଦ୍ର ତିଆରି କରାଯାଇଥିଲା ଯାହା ଦ୍ୱାରା ବନ୍ୟା ଜଳରେ ଆସୁଥିବା ମାଟି ଜାହାଜରେ ଜମା ହୋଇଯିବ। ଏହାଦ୍ୱାରା ଜାହାଜଗୁଡ଼ିକ ଭାରୀ ହୋଇଯିବ। ଏବଂ ସେମାନେ ଜଳପ୍ରବାହକୁ ରୋକିବା ସହ ଭାସିଯିବେ ନାହିଁ। ଧିରେ ଧିରେ ଜାହାଜଗୁଡିକରେ ମାଟି ଜମି କଠିନ ହୋଇଗଲା। ବର୍ତ୍ତମାନ ସେହି ଜାହାଜଗୁଡ଼ିକ ଦୀର୍ଘ ବର୍ଷ ଧରି ସେହି ସ୍ଥାନରେ ଠିଆ ହୋଇଛନ୍ତି। ମାଟି ଜମି ସେଗୁଡିକ ଏପରି ହୋଇଯାଇଛନ୍ତି କି ଯିଏବି ଦେଖିବ ସେଗୁଡିକୁ ପାହାଡ କିମ୍ବା କଠିନ ଚଟାଣ ବୋଲି କହିବ। ସବର୍ନ ନଦୀ କୂଳରେ ବର୍ତ୍ତମାନ ପ୍ରାୟ ୮୦ଟି ଜାହାଜ ମୃତପ୍ରାୟ ଅବସ୍ଥାରେ ରହିଛନ୍ତି। ଯେଉଁଥି ପାଇଁ ସେହି ସ୍ଥାନକୁ ଜାହାଜର କବର ସ୍ଥାନ ବୋଲି କୁହାଯାଉଛି। ବୈଜ୍ଞାନିକଙ୍କନୁସାରେ ସେଠାରେ ଥିବା ଅଧିକାଂଶ ଜାହାଜ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ନିର୍ମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?