ପଶ୍ଚିମବଙ୍ଗକୁ ପିଡିଏସ୍‌ ଚାଉଳ ଚାଲାଣ

ରୂପସା (ବାଞ୍ଛାନିଧି ଦେ)/ବସ୍ତା (ହରିଶଙ୍କର ପାଢୀ), ୯।୮: ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ଥାନା ନିକଟରେ ପୋଲିସ ଚଢାଉ କରି ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଯାଉଥିବା ଏକ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌କୁ ଜବତ କରିଛି। ଟ୍ରକ୍‌ ସହ ସେଥିରେ ଥିବା ୧୭.୮ ଟନ୍‌ ଅର୍ଥାତ୍‌ ୧୭୮ କୁଇଣ୍ଟାଲ ପିଡ଼ିଏସ୍‌ ଚାଉଳ ଜବତ କରାଯାଇଛି। ଟ୍ରକ ଡ୍ରାଇଭର ଭଦ୍ରକ ଜିଲା ଧାମରା ଅଞ୍ଚଳର କିଶୋର ଗିରିଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଏକ ମାମଲା (ନଂ. ୭୯/୨୩) ରୁଜୁ ହୋଇ ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଟ୍ରକ୍‌ ମାଲିକ ଫେରାର ହୋଇଯାଇଥିବା ପୋଲିସ କହିଛି।
ସୋମବାର ସନ୍ଧ୍ୟାରେ ଟ୍ରକ୍‌ (ନଂ. ଓଆର୍‌୦୧କେ-୩୭୩୫)ରେ ପଶ୍ଚିମବଙ୍ଗକୁ ଉକ୍ତ ପିଡ଼ିଏସ୍‌ ଚାଉଳ ଚୋରାଚାଲାଣ ହେଉଥିଲା। ଘଟଣା ସମ୍ପର୍କରେ ବାଲେଶ୍ୱର ଏସ୍‌ପି ସାଗରିକା ନାଥ ସୂଚନା ପାଇଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ରୂପସା ଥାନା ପୋଲିସ ରାଜପଥ ନିକଟରେ ଜଗି ରହିଥିଲେ। ଏହି ପିଡିଏସ୍‌ ଚାଉଳ ବାଲେଶ୍ୱରର ରେମୁଣା ରାଇସ ରିସିଭିଂ ସେଣ୍ଟରରୁ ଲୋଡ଼ିଂ ହୋଇ ଖନ୍ତାପଡ଼ା ଥାନା କୁଳିଗାଁ ପଞ୍ଚାୟତରେ ଥିବା ରିଟେଲରଙ୍କ ନିକଟକୁ ଯିବାର ଥିଲା। ମାତ୍ର ଟ୍ରକ୍‌ ମାଲିକ ଓ ଡ୍ରାଇଭରଙ୍କ ସଲାସୁତୁରାରେ ଉକ୍ତ ଚାଉଳ ଟ୍ରକ ସେଠାକୁ ଯିବା ପରିବର୍ତ୍ତେ ପଶ୍ଚିମବଙ୍ଗକୁ ଚୋରାଚାଲାଣ କରାଯାଉଥିଲା। ଖବର ପାଇ ରୂପସା ଆଇଆଇସି ପ୍ରଫୁଲ୍ଲ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ରାଜପଥରେ ଚଢ଼ାଉ କରି ଉକ୍ତ ଟ୍ରକ ସମେତ ପିଡ଼ିଏସ ଚାଉଳକୁ ଜବତ କରିବାରେ ସମର୍ଥ ହୋଇଥିଲେ। ଟ୍ରକ୍‌ ମାଲିକ ରାଜେଶ ଚାନ୍ଦଙ୍କ ଘର ବସ୍ତା ଥାନା ପୁନସିତା ଗ୍ରାମରେ ବୋଲି ପୋଲିସ କହିଛି। ଏହି ଚାଉଳ ଚାଲାଣ ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?