ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ପ୍ରାଥମିକ ସର୍ଭେ ଆରମ୍ଭ ହୋଇଛି। ଉଚ୍ଚସ୍ତରୀୟ ଅଧିକାରୀମାନେ ପୂର୍ବାହ୍ନରେ ଖରୀନାଶି ଜେଠିଠାରୁ ଏକ ବୋଟରେ ବତୀଘର ପଞ୍ଚାୟତର ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ପହଞ୍ଚି ପ୍ରସ୍ଥାବିତ ସ୍ଥାନ ଦେଖିଥିଲେ। ଏହି ସ୍ଥାନ ସମୁଦ୍ର ସଂଲଗ୍ନ ମହାନଦୀ ମୁହାଣ ନିକଟରେ ରହିଛି। ଶିଳ୍ପ କାରଖାନା ପାଇଁ ଆବଶ୍ୟକ ମାଲ ପରିବହନ ଓ ଦେଶ ବିଦେଶକୁ ରପ୍ତାନି ଆମଦାନୀରେ ସୁବିଧା ହେବ ବୋଲି କୁହାଯାଉଛି। ବିଶେଷ କରି ନିପାଣିଆ ଗ୍ରାମ ଶିଳ୍ପ କାରଖାନା ପାଇଁ ଉପଯୁକ୍ତ ସ୍ଥାନ ଓ ଏଠାରେ ସରକାରଙ୍କ ବହୁ ଏକର ଜମି ରହିଛି। ଫଳରେ ଏହି ସ୍ଥାନ ସର୍ଭେ ଟିମ୍‌ର ପସନ୍ଦ ବୋଲି କୁହାଯାଉଛି। ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ୧୯ ଶହ ଏକର ଜମି ଆବଶ୍ୟକ। ସେଥିରୁ ପ୍ରାଥମିକ ପର୍ଯ୍ୟାୟରେ ୧ ହଜାର ଏକର ଜମି ଆବଶ୍ୟକ ବୋଲି ତହସିଲ ପକ୍ଷରୁ କୁହାଯାଇଛି।
ଏହି ଉଚ୍ଚସ୍ତରୀୟ ସର୍ଭେ ଟିମ୍‌ରେ କେନ୍ଦ୍ର ବାଣିଜ୍ୟ ଓ ପରିବହନ ମନ୍ତ୍ରାଳୟ ବନ୍ଦର ଓ ଅନ୍ତର୍ଦ୍ଦେଶୀୟ ଜଳ ପରିବହନ ନିର୍ଦ୍ଦଶକ ପ୍ରଫୁଲ୍ଲ କୁମାର ବେହେରା, ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ଶେଖ ଜମାରୁଦ୍ଦିନ, ପାରାଦ୍ୱୀପ ପୋର୍ଟ ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀ, କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର, ଉପ ଜିଲାପାଳ ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ରାଜସ୍ବ ନୀରିକ୍ଷକ ବିଜୟ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ପଚାରିବାରେ ମହାକାଳପଡ଼ା ବତୀଘର ଅଞ୍ଚଳରେ ଶିଳ୍ପ କାରଖାନା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ନିଯୁକ୍ତି ସୃଷ୍ଟି ହେବା ସହ ଅଞ୍ଚଳର ଆର୍ଥିକ ବିକାଶ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହେବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?