ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର ନିଯୁକ୍ତ; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୯: କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି। ମନ୍ତ୍ରୀମଣ୍ଡଳର ନିଯୁକ୍ତି କମିଟି ତାଙ୍କୁ ୯ ଅକ୍ଟୋବର କିମ୍ବା ତା’ପରେ ଯୋଗଦେବା ତାରିଖଠାରୁ ତିନି ବର୍ଷ ପାଇଁ ଏହି ପଦବୀରେ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି।

ବର୍ତ୍ତମାନ ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମୁର୍ମୁ, ୮ ଅକ୍ଟୋବରରେ ମିଆଦ ଶେଷ ହେଉଥିବା ଏମ୍‌ ରାଜେଶ୍ୱର ରାଓଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁର୍ମୁଙ୍କୁ ଏହି ଉଚ୍ଚ ପଦବୀ ପାଇଁ ଅଭିନନ୍ଦନ ଜଣାଇ ଏହାକୁ ରାଜ୍ୟ ପାଇଁ ଗର୍ବର ମୁହୂର୍ତ୍ତ ବୋଲି କହିଛନ୍ତି। ସେ ଏକ୍ସରେ ପୋଷ୍ଟ କରି କହିଛନ୍ତି, “ଜଣେ ଓଡ଼ିଆଙ୍କୁ ଦେଶର ଶୀର୍ଷ ବ୍ୟାଙ୍କର ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ କରାଯିବା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ। ମୁଁ ନିଶ୍ଚିତ ଯେ ତାଙ୍କର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥାକୁ ମଜବୁତ କରିବ।”


Enter your email to get our daily news in your inbox.

All Right Reserved By Dharitri.Com

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri