Posted inଜାତୀୟ

ବିମାନରୁ ଓହ୍ଲାଇଦେଲେ ମାନ୍‌ଙ୍କୁ: ଅକାଳୀର ଅଭିଯୋଗକୁ ଭିତ୍ତିହୀନ ବୋଲି କହିଲା ଏଏପି

ଚଣ୍ଡିଗଡ଼,୧୯।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଫେରିବାକୁ ଥିବା ବେଳେ ତାଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି। ସେ ଅତ୍ୟଧିକ ମଦ ପିଇଥିବାରୁ ତାଙ୍କୁ ଲୁଫଥାନ୍ସା ବିମାନରୁ ଓହ୍ଲାଇ ଦିଆଯାଇଥିବା ଏକ ଖବର ପ୍ରକାଶ ପାଇଛି। ଏନେଇ ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ସୁଖବିନ୍ଦର ସିଂହ ବାଦଲ ଟୁଇଟ କରି ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ପଞ୍ଜାବୀମାନଙ୍କୁ ଏବଂ ରାଜ୍ୟକୁ ସାରା ବିଶ୍ୱରେ ଲଜ୍ଜିତ କରିଥିବା ସେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏହାକୁ ନେଇ ରାଜ୍ୟର ବିରୋଧୀ ଦଳଗୁଡ଼ିକ ତୀବ୍ର ସମାଲୋଚନା କରିଛନ୍ତି। ଖବର ଅନୁଯାୟୀ ମାନ୍‌ ରବିବାର ଅପରାହ୍ନ ୧.୪୦ ଫ୍ଲାଇଟ୍‌ରେ ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଫେରିବାକୁ ଥିଲା। ମାନ୍‌ଙ୍କ ପାଇଁ ଉକ୍ତ ବିମାନ ପ୍ରାୟ ୪ଘଣ୍ଟା ବିଳମ୍ବରେ ଫ୍ରାଙ୍କଫର୍ଟ ଛାଡ଼ିଥିଲା। ମାନ୍‌ ଅନ୍ୟ ଏକ ବିମାନରେ ସୋମବାର ଭୋର ସମୟରେ ନୂଆଦିଲ୍ଲୀ ଫେରିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ମଦ୍ୟପାନ ଯୋଗୁ ଫେରିବା ବିଳମ୍ବ ହେବା ଅଭିଯୋଗକୁ ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଖଣ୍ଡନ କରାଯାଇଛି। ଏହି ଅଭିଯୋଗ ଭିତ୍ତିହୀନ କହିବା ସହ ମୁଖ୍ୟମନ୍ତ୍ରୀ ମାନ ନିର୍ଦ୍ଧାରିତ ସମୟରେ ଦିଲ୍ଲୀରେ ପହଞ୍ଚିଛନ୍ତି ବୋଲି ଏଏପି ମୁଖପାତ୍ର ମଲବିନ୍ଦର ସିଂହ କହିଛନ୍ତି। ସେ ଅସୁସ୍ଥ ଅନୁଭବ କରିବାରୁ ବିଳମ୍ବରେ ଫେରିଲେ ବୋଲି ମାନ୍‌ଙ୍କ ସହଯୋଗୀମାନେ ସଫେଇ ଦେଇଛନ୍ତି। ତେବେ ମଦ ପିଇଥିବାରୁ ମାନ୍‌ଙ୍କୁ ବିମାନରୁ ଓହ୍ଲାଇ ଦିଆଗଲା ବୋଲି ସହଯାତ୍ରୀମାନେ କହିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ବିଳମ୍ବରେ ଫେରିବାରୁ ସେ ଏଏପିର ଜାତୀୟ ସମ୍ମିଳନୀରେ ଯୋଗଦେଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri