Posted inଜାତୀୟ

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ ଦିବସ ରହିଥିଲା ବେଳେ ଏହାର ଦିନକ ପୂର୍ବରୁ ବହୁ ଯୁବ କଂଗ୍ରେସ କର୍ମୀ ହଲ୍‌ ନମ୍ବର ୫ରେ ପ୍ରବେଶକରି କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନାରାବାଜି କରିଛନ୍ତି । ଭାରତ ମଣ୍ଡପମ୍‌ରେ ଏଆଇ ସମିଟ୍‌କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ସହିତ ଭାରତ ଏବଂ ଆମେରିକା ମଧ୍ୟରେ ପାକ୍ସ ସିଲିକା ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଏହି ସମୟରେ ବିକ୍ଷୋଭକାରୀମାନେ ସଭାସ୍ଥଳରେ ପ୍ରବେଶକରି ସେମାନଙ୍କ ଶାର୍ଟ ଖୋଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ସ୍ଲୋଗାନ୍‌ ଦେଇଥିଲେ।

ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌କୁ ନେଇ ମୋଦି ଆମେରିକା ସହିତ ସାଲିସ୍‌ କରିଛନ୍ତି ବୋଲି ସେମାନେ ନାରାବାଜି କରିବା ସହିତ ଏପ୍‌ଷ୍ଟିନ୍‌ ଫାଇଲ୍‌ କଥା ମଧ୍ୟ ଉଠାଇଥିଲେ। ଏଆଇ ସମିଟ୍‌ ଭଳି ଏକ ଅନ୍ତର୍ଜାତୀୟ ମଞ୍ଚରେ ଦେଶ ବିଦେଶର ଅନେକ ଶହ ପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲା ବେଳେ ଏଠାରେ କଂଗ୍ରେସ କର୍ମୀଙ୍କ ଏତାଦୃଶ ଆଚରଣକୁ ଭାଜପା ଦୃଢ଼ ନିନ୍ଦା କରିଛି ।

କଂଗ୍ରେସର ଏଭଳି ବିକ୍ଷୋଭ ଦଳର ଚରିତ୍ର , ମୂର୍ଖତା ଏବଂ ଭାବହୀନତାର ପ୍ରମାଣ ଦେଇଛି ବୋଲି ଭାଜପା ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଅନେକ ଶହ ଭାଜପା କର୍ମୀ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହି ଘଟଣାରେ ଦିଲ୍ଲୀ ପୋଲିସ ୧୦ରୁ ଅଧିକ କଂଗ୍ରେସ ଯୁବକର୍ମୀଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନେ ବୈଧ ପାସ୍‌ କିମ୍ବା କ୍ୟୁ-ଆର୍‌ କୋଡ୍‌ ଦ୍ୱାରା ସଭାସ୍ଥଳକୁ ପ୍ରବେଶ କରିଥିଲେ ନା ନାହିଁ ତାହା ପୋଲିସ ଯାଞ୍ଚ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri