ଛାତ୍ର, ଶିକ୍ଷକଙ୍କୁ ଯୋଡ଼ିବ ଶିକ୍ଷାଜ୍ୟୋତି ପୋର୍ଟାଲ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରସ୍ତୁତ ସିଙ୍ଗଲ୍‌ ଓ୍ବିଣ୍ଡୋଜ୍‌ ପୋର୍ଟାଲ ‘ଶିକ୍ଷାଜ୍ୟୋତି’ ଛାତ୍ର ଓ ଶିକ୍ଷକଙ୍କ ଭାବବିନିମୟରେ ସହାୟକ ହେବ। ଗତ ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋର୍ଟାଲର ଉଦ୍‌ଘାଟନ କରିଥିବାବେଳେ ବର୍ତ୍ତମାନ ତାହା ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି। ଏହି ପୋର୍ଟାଲର ଉପଯୋଗ କରି ଛାତ୍ରୀଛାତ୍ରଙ୍କ ସହ ଶିକ୍ଷୟିତ୍ରୀଶିକ୍ଷକ ଯୋଡ଼ିହେବା ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌ ଆୟର୍‌ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି।

ଏହି ପୋର୍ଟାଲ ମାଧ୍ୟମରେ ଛାତ୍ରୀଛାତ୍ର ସେମାନଙ୍କ ପାଠ୍ୟକ୍ରମ ଓ ବିଷୟବସ୍ତୁ ଆଧାରରେ ପ୍ରଶ୍ନ ପଚାରିବେ। ଶିକ୍ଷୟିତ୍ରୀଶିକ୍ଷକଙ୍କୁ ବିସ୍ତୃତ ଭାବେ ପ୍ରଶ୍ନଗୁଡ଼ିକର ଉତ୍ତର ରଖିବାକୁ ହେବ। ଭଲଭାବରେ ବୁଝିବା ପାଇଁ ଆବଶ୍ୟକ ସ୍ଥଳେ ଉଭୟ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଶିକ୍ଷକ ଭିଡିଓ, ଫଟୋ କିମ୍ବା ଲେଖା ଯୋଡ଼ିପାରିବେ। ସେହିପରି ଭିଡିଓ ଲର୍ନିଂ ଜରିଆରେ ଛାତ୍ରୀଛାତ୍ରଙ୍କ ପ୍ରଶ୍ନର ଉତ୍ତର ଭିଡିଓ ମାଧ୍ୟମରେ ମଧ୍ୟ ରଖାଯାଇପାରିବ। ସେହିପରି ପାଠ୍ୟକ୍ରମ ଆଧାରିତ ନୋଟ୍‌ ପିଡିଏଫ୍‌ ମାଧ୍ୟମରେ ଡାଉନ୍‌ଲୋଡ୍‌ କରିବାର ସୁବିଧା ମଧ୍ୟ ରହିବ। ଅନ୍ୟପଟେ ବିଭିନ୍ନ ଶିକ୍ଷଣ ବିଷୟବସ୍ତୁ ପରେ ସାଧାରଣ ଆଲୋଚନାର ମଧ୍ୟ ଆୟୋଜନ କରାଯାଇପାରିବ। https://sikhyajyoti.odisha.gov.inରେ ଲଗଇନ୍‌ କରି ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଶିକ୍ଷକ ଏହି ପୋର୍ଟାଲ ବ୍ୟବହାର କରିପାରିବେ। ଶିକ୍ଷୟିତ୍ରୀଶିକ୍ଷକ ମୋବାଇଲ ନମ୍ବର ବ୍ୟବହାର କରି ଓଟିପି ଦେବା ପରେ ଲଗ୍‌ଇନ୍‌ କରିପାରିବେ। ସେହିପରି ଛାତ୍ରୀଛାତ୍ର ସାମସ ସିଏଫ୍‌ କ୍ରମିକ ସଂଖ୍ୟାକୁ ଲଗଇନ୍‌ରେ ବ୍ୟବହାର କରିବେ। ଡିଫଲ୍ଟ ପାସ୍‌ଓ୍ବାର୍ଡ ୧୨୩୪୫୬ ରହିବାକୁ ଥିବାବେଳେ ପ୍ରଥମ ଲଗଇନ୍‌ ସମୟରେ ଛାତ୍ରୀଛାତ୍ର ସେମାନଙ୍କ ପାସ୍‌ଓ୍ବାର୍ଡ ସେଟ୍‌ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri