ଶିଶିର ସରସ ମେଳା ଆରମ୍ଭ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବିଭିନ୍ନ ଆକର୍ଷଣୀୟ ସାମଗ୍ରୀକୁ ନେଇ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ମଙ୍ଗଳବାରଠାରୁ ଶିଶିର ସରସ ମେଳା ଆରମ୍ଭ ହୋଇଛି। ଏହା ଜାନୁୟାରୀ ୬ତାରିଖ ପର୍ଯ୍ୟନ୍ତ ଚାଲିବ। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଦ୍ବାରା ଆୟୋଜିତ ଏହି ଜାତୀୟସ୍ତରୀୟ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନ କରିଛନ୍ତି। ମିଶନ ଶକ୍ତି ବିଭାଗ, ଟିଡିସିସିଓଏଲ୍‌, ରୁର୍ବାନ ମିଶନ, ନାବାର୍ଡ, ଟ୍ରାଇଫେଡ୍‌, ହସ୍ତକଳା ଓ କୁଟୀର ଶିଳ୍ପ ବିଭାଗ, କେନ୍ଦ୍ର ଓ ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବିଭାଗ ଆଦି ସଂସ୍ଥା ଆୟୋଜନରେ ସହଯୋଗ କରିଛନ୍ତି। ଏଥର ମେଳାରେ ମୋଟ ୩୦୦ଟି ଷ୍ଟଲ ଖୋଲିଛି। ଏଥିରେ ଓଡ଼ିଶା ସମେତ ୨୦ଟି ରାଜ୍ୟର ଗ୍ରାମୀଣ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ବିକ୍ରି କରାଯିବା ସହ ୪୦୦ରୁ ଅଧିକ ସ୍ବୟଂ ସହାୟିକା ଗୋଷ୍ଠୀ ବା ଉତ୍ପାଦକ ଗୋଷ୍ଠୀ ଏବଂ ୫୦୦ରୁ ଊର୍ଦ୍ଧ୍ୱ କାରିଗର ତଥା ବିକ୍ରେତା ଅଂଶଗ୍ରହଣ କରିଛନ୍ତି। ପ୍ରଥମ ଦିନରୁ ବିକ୍ରେତାମାନଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ସେହିପରି ୧୦ଟି ଷ୍ଟଲକୁ ନେଇ ଏକ ଫୁଡ୍‌କୋର୍ଟ ଖୋଲାଯାଇଛି। ସେଠାରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହ କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍‌, ବାରିପଦାର ମୁଢ଼ି ମାଂସ ଓ ଅନ୍ୟ ରାଜ୍ୟର ଖାଦ୍ୟ ବିକ୍ରି ହେଉଛି। କୋରାପୁଟ କଫିର ମଜା ନେବା ପାଇଁ ସ୍ବତନ୍ତ୍ର କୋରାପୁଟ କାଫେ ଷ୍ଟଲ ଖୋଲାଯାଇଛି। ଓର୍‌ମାସ୍‌ ସହାୟତାରେ ଉତ୍ପାଦକ ଗୋଷ୍ଠୀଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ତଥା ଘରକରଣା ଜିନିଷକୁ ନେଇ ଏକ ଷ୍ଟଲ ଖୋଲାଯାଇଛି। ବିଭିନ୍ନ ରାଜ୍ୟରୁ ଆସିଥିବା କାରିଗରଙ୍କ ଗ୍ରାମୀଣ ହସ୍ତଶିଳ୍ପ ସାମଗ୍ରୀ ଉପଲବ୍ଧ ହେଉଛି। ଛତିଶଗଡ଼ର ଟସର, ଆସାମ ଏବଂ ଉତ୍ତର ପୂର୍ବ ରାଜ୍ୟର ବେତ ଓ ବାଉଁଶରୁ ପ୍ରସ୍ତୁତ ସାମଗ୍ରୀ, ପଶ୍ଚିମବଙ୍ଗର ହସ୍ତତନ୍ତ ଓ ଝୋଟ ସାମଗ୍ରୀ, ମଣିପୁରର ଡ୍ରାଏ ଫ୍ଲାଓ୍ବାର, ଗୁଜରାଟ କାରିଗରଙ୍କ ଘର ସାଜସଜ୍ଜା ଓ ଶାଲ, ପଞ୍ଜାବର ଫୁଲକରୀ, ବିହାରର ମଧୁବନି ପେଣ୍ଟିଂ, ଆନ୍ଧ୍ରପ୍ରଦେଶର ହସ୍ତତନ୍ତ ସାମଗ୍ରୀ ସମେତ ବିଭିନ୍ନ ଆକର୍ଷଣୀୟ ଘରକରଣା ଜିନିଷର ପସରା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri