ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ସରକାରୀ ବାସଭବନ (ଆପ୍‌ ମତରେ ରାଜମହଲ)କୁ ନେଇ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଭାଜପା ନେତାଙ୍କ ଅଭିଯୋଗ ହେଲା ପୂର୍ବରୁ ସରକାରୀ ସୁବିଧା ହାସଲ କରିବେ ନାହିଁ ବୋଲି ପଣ କରିଥିବା ଆପ୍‌ ରାଷ୍ଟ୍ରୀୟ ଆବାହକ କେଜ୍‌ରିଓ୍ବାଲ ବିଳାସପୂର୍ଣ୍ଣ ଜୀବନ ବିତାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଦିଲ୍ଲୀବାସୀଙ୍କ ଟିକସ ଅର୍ଥରେ ଶିଶ୍‌ମହଲ ଭଳି ସଜାଇଥିଲେ। ଏହାର ତଦନ୍ତ କରି କେଜ୍‌ରିଓ୍ବାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଆପ୍‌ ନେତାମାନେ ଏହାର ପ୍ରତିବାଦରେ ତଥାକଥିତ ଶିଶ୍‌ମହଲକୁ ଯାଇ ପ୍ରକୃତ ସତ୍ୟ ଲୋକଲୋଚନକୁ ଆଣିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଦିଲ୍ଲୀ ପୋଲିସ ସେମାନଙ୍କୁ ଭିତରକୁ ଯିବାକୁ ଦେଇ ନ ଥିଲା।
ପରେ ଆପ୍‌ କର୍ମୀମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଅଗ୍ରସର ହେଉଥିବାବେଳେ ପୋଲିସ ସେମାନଙ୍କୁ ପୁଣି ଅଟକାଇଥିଲା। ଫଳରେ ସେମାନେ ଧରାଣା ଦେଇଥିଲେ। ଏହା ପରେ ଦିଲ୍ଳୀ ଭାଜପା ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ମଥୁରା ରୋଡ୍‌ସ୍ଥିତ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନାଙ୍କ ଏବି-୧୭ ବାସଭବନକୁ ଯାଇଥିଲେ। ଆତିଶୀ ପୂର୍ବରୁ ଏକ ସରକାରୀ ବଙ୍ଗଳା ନିଜ ଦଖଲରେ ରଖିଥିବା ସତ୍ତ୍ୱେ ପୁଣି କ’ଣ ପାଇଁ ବଙ୍ଗଳା ମାଗୁଛନ୍ତି ବୋଲି ସେମାନେ ପ୍ରଶ୍ନ କରିଥିଲେ। ଇତିମଧ୍ୟରେ ଆପ୍‌ ନେତା ସଞ୍ଜୟ ସିଂ ଏବଂ ସୌରଭ ଭରଦ୍ୱାଜ ଉତ୍ତର ଦିଲ୍ଲୀ ସିଭିଲ୍‌ ଲାଇନ୍ସରେ ଭାଜପା ବିରୋଧରେ ବିକ୍ଷୋଭ କରି ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥିଲେ। ସେପଟେ ବିରୋଧୀ ଇଣ୍ଡିଆ ବ୍ଲକ୍‌ର ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) କେଜ୍‌ରିଓ୍ବାଲଙ୍କ ଦଳକୁ ନିର୍ବାଚନରେ ସମର୍ଥନ ଘୋଷଣା କରିବା ପରେ କଂଗ୍ରେସ ଏକଘରିକିଆ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri