ଏପ୍ରିଲ ୨ରୁ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ: ପିଲାଙ୍କୁ ଦିଆଯିବ ‘ଯାଦୁପେଡି କିଟ୍‌’

ଭୁବନେଶ୍ୱର,୭ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍‌ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ରାଜ୍ୟରେ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାର ଗୁରୁତ୍ୱକୁ ଗୁରୁତ୍ୱ ଦିଆଯାଇ ‘ଶିଶୁ ବାଟିକା’ ନାମରେ ଏକ ଅତିରିକ୍ତ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ତେଣୁ ଏହାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ କାର୍ଯ୍ୟରତ ଶିକ୍ଷୟିତ୍ରୀଶିକ୍ଷକ ଓ ଭିତ୍ତିଭୂମିକୁ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶିଶୁ ବାଟିକାରେ ପିଲାମାନେ ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପାଠପଢ଼ିବେ। ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ଦ୍ୱାରା ବିକଶିତ ସମସ୍ତ ପୁସ୍ତକ ଏପ୍ରିଲ ୧ ସୁଦ୍ଧା ସମସ୍ତ ପିଲାଙ୍କୁ ଦିଆଯିବ। ଏହା ସେମାନଙ୍କ ଶ୍ରେଣୀଗୃହ ପାଠପଢ଼ିବାରେ ସହାୟକ ହେବ। ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପ୍ରୋତ୍ସାହିତ କରାଯବ। ସମସ୍ତ ଶିଶୁ ବାଟିକା ପିଲାଙ୍କୁ ଏକ କିଟ୍‌ ପ୍ରଦାନ କରାଯିବ। ଏହି କିଟ୍‌ରେ ସ୍କୁଲ ବ୍ୟାଗ ସହିତ ପାଠ୍ୟକ୍ରମ ଉପକରଣ ଅନ୍ତର୍ଭୁକ୍ତ ହେବ। ସେହିପରି ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ ପେଡି’ କିଟ୍‌ ଯୋଗାଇ ଦିଆଯିବ। ଏଥିପାଇଁ ସମସ୍ତ ପ୍ରାଥମିକ ଶ୍ରେଣୀର ଶିକ୍ଷକଙ୍କୁ ପ୍ରସ୍ତୃତି ମଡ୍ୟୁଲ ଉପରେ ତାଲିମ ଦିଆଯିବ। ଏହା ମାର୍ଚ୍ଚ ୧୫ ସୁଦ୍ଧା ଶେଷ ହେବ। ଶିଶୁ ବାଟିକାର ପ୍ରଭାବଶାଳୀ କାର୍ଯ୍ୟକାରିତା ପାଇଁ ଜିଲ୍ଲାସ୍ତରରେ ଏକ ଉତ୍ସର୍ଗୀକୃତ ସେଲ୍‌ ପ୍ରତିଷ୍ଠା କରାଯିବ। ଏହାବ୍ୟତୀତ ପ୍ରାକ୍‌ ବିଦ୍ୟାଳୟ ପାଇଁ ଆବଶ୍ୟକ ଅତିରିକ୍ତ ଭିତ୍ତିଭୂମି ଆସନ୍ତା ବର୍ଷ ଭିତରେ ପ୍ରଦାନ କରାଯିବାର ଯୋଜନା ରହିଛି ବୋଲି ବିଜ୍ଞପ୍ତିରେ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?