ପିଲାଙ୍କୁ ଶିକ୍ଷା, ସଚେତନ କରାଇ ଶିଶୁମିତ୍ର ପଞ୍ଚାୟତ ଗଠନ ହେଉ

ନବରଙ୍ଗପୁର,୨୩।୩ (ବି.ପ୍ର.) – ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତୀକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲାର ପ୍ରତ୍ୟେକ ଶିଶୁଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହ ରୋକିବାକୁ ପ୍ରଶାସନ କାର୍ଯ୍ୟ କରୁଛି। ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲାର ସବୁ ଶିଶୁଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁରକୁ ବାଲ୍ୟବିବାହ ମୁକ୍ତ କରିବା ଦିଗରେ ଏହି ବୈଠକ ସହାୟକ ହେବ ବୋଲି ଜିଲାପାଳ କହିଛନ୍ତି।
କିଶୋରୀ କିଶୋରଙ୍କୁ ଶିକ୍ଷା ଓ ସଚେତନ କରାଇ ଶିଶୁମିତ୍ର ପଞ୍ଚାୟତ ଗଠନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପଞ୍ଚାୟତସ୍ତରରେ ଏହାର ସଫଳ ରୂପାୟନ ନିମନ୍ତେ ସରପଞ୍ଚ, ୱାର୍ଡମେମ୍ବର ଓ ସମିତି ସଭ୍ୟଙ୍କର ପ୍ରମୁଖ ଭୂମିକା ରହିଛି ବୋଲି ଜିଲାପାଳ କହିଛନ୍ତି। ଚଳିତ ମାସରେ ଜିଲାରେ ୧୦ ବ୍ଲକ ଓ ୧୮୯ ପଞ୍ଚାୟତସ୍ତରରେ ଏପରି ସମନ୍ବୟ ବୈଠକ କରାଯାଇଛି ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ କହିଛନ୍ତି। ଜିଲାର ୩୫୦ ରାଜସ୍ବ ଗ୍ରାମ ଓ ୩୪୩ ପଡ଼ାଗ୍ରାମକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି ବୋଲି ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ବାସ କହିଛନ୍ତି। ସବୁ ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବା ସେ ସୂଚନା ଦେଇଛନ୍ତି। ଶିଶୁମାନଙ୍କ ସୁରକ୍ଷା ଓ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲାରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ବୈଠକରେ ଆକ୍ସନଏଡ୍‌ର ଜିଲା ପରାମର୍ଶଦାତା ଫକିର ଚରଣ ରାଉତ ଉପସ୍ଥାପନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଡିଆର୍‌ଡିଏ ପିଡି ରତ୍ନାକର ସାହୁ, ଡିଇଓ ପ୍ରଦୀପ ନାଗ, ସିଡିଏମ୍‌ଓ କାଳି ପ୍ରସାଦ ବେହେରା, ଜିଲା ଶିଶୁମଙ୍ଗଳ ସମିତି ଅଧ୍ୟକ୍ଷ ଦିବାକର ବାହୁକ, ଡିଆଇପିଆର୍‌ଓ ହଳଧର ନିଆଲ, ସହାୟକ ସମାଜ କଲ୍ୟାଣ ଅଧିକାରୀ ନରହରି ସିଂ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ଶ୍ରମ ନିରୀକ୍ଷକ ବୁଲୁ ଶ୍ରୀହରିଆ, ଜିଲା ମଙ୍ଗଳ ଅଧିକାରୀ ସ୍ମୃତିରଞ୍ଜନ ସାମନ୍ତରାୟ, ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ, ଏସ୍‌.ଏ. ଗୀତା, ଶୈଳେନ୍ଦ୍ରୀ ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ଦୀପ୍ତିରାଣୀ ସିଂ, ଜିଲା ସମାଜ କଲ୍ୟାଣ ବିଭାଗର ସମସ୍ତ ସୁପରଭାଇଜର ଓ ଜିଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?