ଅକ୍ସଫୋର୍ଡ ୟୁନିଭରସିଟିରେ ପିଏଚ୍‌ଡି କରିବେ ବଲାଙ୍ଗୀରର ଶୀତଲ  

ବଲାଙ୍ଗୀର ଅଫିସ, ୨୭ା୮-ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାର ଝିଅ ଶୀତଲ ଜୈନ୍‌ ଏକ ବିରଳ ଗୌରବର ଅଧିକାରୀ ହୋଇଛନ୍ତି ା ଇଂଲଣ୍ଡର ଅକ୍ସଫୋର୍ଡ ୟୁନିଭରସିଟିରେ ଇତିହାସ ବିଷୟରେ ପିଏଚ୍‌ଡି କରିବା ପାଇଁ ସେ ମନୋନୀତ ହୋଇଛନ୍ତି। ଅକ୍ସଫୋର୍ଡ ୟୁନିଭରସିଟିର ଇତିହାସ ବିଭାଗରେ ପିଏଚ୍‌ଡି ପାଠ୍ୟକ୍ରମ ପାଇଁ ୫୪ଟି ସିଟ୍‌ ରହିଛି ା ଏଥିରୁ କେବଳ ଭାରତୀୟଙ୍କ ପାଇଁ ଉର୍ଦ୍ଦିଷ୍ଟ ଗୋଟିଏ ମାତ୍ର ସିଟ୍‌ ପାଇଁ ଶୀତଲ ଯୋଗ୍ୟ ବିବେଚିତ ହୋଇଥିବାରୁ ଏହା ରାଜ୍ୟ ପାଇଁ ଗୌରବ ଆଣି ଦେଇଛି ା
ଶୀତଲ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ଇତିହାସରେ ସ୍ନାତକୋତ୍ତର ଓ ଏମ୍‌ଫିଲ କରୁଥିଲେ ା ଅକ୍ସଫୋର୍ଡରେ ପିଏଚ୍‌ଡି କରିବାକୁ ମନସ୍ଥ କରି ଶୀତଲ ଆବେଦନ କରିଥିଲେ ା ଚଳିତ ମାସରେ ଭାରତୀୟଙ୍କ ନିମନ୍ତେ ଉର୍ଦ୍ଦିଷ୍ଟ ଏକମାତ୍ର ପିଏଚ୍‌ଡି ସିଟ୍‌ରେ ଶୀତଲ ମନୋନୀତ ହୋଇଛନ୍ତି। ଶୀତଲ କହିଛନ୍ତି, ସେ ଆବେଦନ କଲାବେଳେ ତାଙ୍କର ଗବେଷଣା ସନ୍ଦର୍ଭ, ୩ ବର୍ଷର ଏକାଡେମିକ୍‌ ପ୍ରଫେଶନାଲ ଦାଖଲ କରିଥିଲେ ା ଏଥିପାଇଁ ସେ ତାଙ୍କର ଗାଇଡ୍‌, ସୁପରଭାଇଜର, ମାତାପିତାଙ୍କୁ ଶ୍ରେୟ ଦେଇଛନ୍ତି ା ସେମାନଙ୍କ ସହଯୋଗରେ ସେ ଏହି ସଫଳତା ପାଇଥିବା କହିଛନ୍ତି ା ବଙ୍ଗୋମୁଣ୍ଡା ନିବାସୀ ଆଡଭୋକେଟ୍‌ ତଥା ବ୍ୟବସାୟୀ ଜୟପ୍ରକାଶ ଜୈନ୍‌ ଓ କାନ୍ତା ଜୈନଙ୍କ ଝିଅ ଶୀତଲ ବରଗଡସ୍ଥିତ ବିକାଶ ସ୍କୁଲରେ ପଢ଼ିବା ପରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ ା ଶୀତଲଙ୍କ ଏହି ସଫଳତା ସମ୍ପର୍କରେ ଜାଣିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?