ହାର୍‌ ମାନିଛି ବୟସ: ୧୦୮ ବର୍ଷ ବୟସରେ ସେଲୁନରେ କେଶ କାଟି କଲେ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ଟୋକିଓ: ଜାପାନର ପୂର୍ବବର୍ତ୍ତୀ ଟୋଚିଗି ରାଜ୍ୟ ନାକାଗାଓ୍ବା ସହରରେ ୧୦୮ ବର୍ଷୀୟା ମହିଳା ଶିତ୍‌ସୁଇ ହାକୋଇଶି ବିଶ୍ୱର ସବୁଠାରୁ ବୟସ୍କ କାର୍ଯ୍ୟରତ ମହିଳା ବାରିକ ଭାବେ ଗିନିଜ୍‌ ଓ୍ବାଲର୍‌ଡ ରେକଡର୍‌ସ (ଜିଡବ୍ଲ୍ୟୁଆର୍‌)ରେ ସ୍ଥାନ ପାଇଛନ୍ତି। ଗୁରୁବାର ନାକାଗାଓ୍ବା ସହରରେ ଥିବା ହାକୋଇଶିଙ୍କ ସେଲୁନରେ ଜିଡବ୍ଲ୍ୟୁଆର୍‌ର ଅଧିକାରୀମାନେ ତାଙ୍କୁ ସବୁଠାରୁ ବୟସ୍କ ମହିଳା ବାରିକ ଭାବେ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏହି ମୁହୂର୍ତ୍ତକୁ ହାକୋଇଶିଙ୍କ ନିୟମିତ ଗ୍ରାହକ ଏବଂ ସ୍ଥାନୀୟ ଲୋକେ ମିଶି କେକ୍‌ କାଟି ସେଲିବ୍ରେଟ୍‌ କରିଥିଲେ। ସେହିପରି ଏହି ବିଶେଷ ମୁହୂର୍ତ୍ତ ପାଇଁ ହାକୋଇଶିଙ୍କ ସେଲୁନକୁ ବିଭିନ୍ନ ପ୍ରକାର ଫୁଲରେ ସଜାଯାଇଥିଲା।
ହାକୋଇଶି ନାକାଗାଓ୍ବାରେ ଜନ୍ମ ଗ୍ରହଣ କରିଥିଲେ। ୧୯୩୬ରେ ମାତ୍ର ୨୦ ବର୍ଷ ବୟସରେ ସେଲୁନ ଖୋଲିବା ପାଇଁ ତାଙ୍କୁ ଲାଇସେନ୍ସ ମିଳିଥିଲା। ତାଙ୍କ ସ୍ବାମୀ ମଧ୍ୟ ଜଣେ କେଶ କଟାଳି ଥିଲେ। ସେ ସ୍ବାମୀଙ୍କ ସହ ମିଶି ଜାପାନର ରାଜଧାନୀ ଟୋକିଓରେ ନିଜ ପ୍ରଥମ ସେଲୁନ ଖୋଲିଥିଲେ। ତେବେ ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବେଳେ ତାଙ୍କ ସ୍ବାମୀଙ୍କର ମୃତ୍ୟୁ ହୋଇଯାଇଥିଲା। ଏହାସହ ସେ ନିଜ ଦୋକାନ ମଧ୍ୟ ହରାଇଥିଲେ। ଫଳରେ ହାକୋଇଶି ନିଜ ବାପଘର ନାକାଗାଓ୍ବାକୁ ଫେରି ଆସିଥିଲେ। ସେ ନାକାଗାଓ୍ବାରେ ନୂତନ ସେଲୁନ ଆରମ୍ଭ କରି ନିଜ ୨ ପିଲାଙ୍କ ଲାଳନ ପୋଷଣ କରିଥିଲେ। ଏହି ସେଲୁନ ବର୍ତ୍ତମାନ ମଧ୍ୟ ଚାଲିଛି। ଜିଡବ୍ଲ୍ୟୁଆର୍‌ରେ ସ୍ଥାନ ପାଇ ହାକୋଇଶି କହିଛନ୍ତି, ନିଜ ଗ୍ରାହକଙ୍କୁ ବିଭିନ୍ନ ପ୍ରକାର ସେବା ଯୋଗାଇ ତାଙ୍କୁ ଆଶ୍ୱସ୍ତି ମିଳିଥାଏ। ଏହି ସମୟକୁ ସେ ଖୁବ୍‌ ଉପଭୋଗ କରିଥାନ୍ତି। ତେଣୁ ବର୍ତ୍ତମାନ ସେ ଏହି ସେବାରୁ ନିବୃତ୍ତ ରହିବା ନେଇ ଚିନ୍ତା କରିନାହାନ୍ତି ବୋଲି ହାକୋଇଶି କହିଛନ୍ତି। ଯେପର୍ଯ୍ୟନ୍ତ ତାଙ୍କ ସେଲୁନକୁ ଗ୍ରାହକ ଆସୁଥିବେ, ସେଯାଏ ସେ ସେମାନଙ୍କୁ ସେବା ପ୍ରଦାନ କରି ଚାଲୁଥିବେ ବୋଲି ଏହି ବୟସ୍କା କେଶ କଟାଳି କହିଛନ୍ତି। ପ୍ରକାଶ ଯେ, ୨୦୨୧ ମାର୍ଚ୍ଚରେ ଟୋକିଓ ଅଲିମ୍ପିକ୍ସ ପାଇଁ କରାଯାଇଥିବା ମଶାଲ ରିଲେରେ ଅଂଶଗ୍ରହଣ କରିବାକୁ ହାକୋଇଶିଙ୍କୁ ସୁଯୋଗ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri