Posted inଜାତୀୟ

ଫଡନବିସ୍‌ ନୁହେଁ, ସିନ୍ଧେ ହେବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୀତିରେ ଗୁରୁବାର ନାଟକୀୟ ମୋଡ ଦେଖିବାକୁ ମିଳିଛି। ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌ ନୁହେଁ, ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଧେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ। ଭାଜପା ସମର୍ଥନରେ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି। ଏକ ମିଳିତ ଖବରଦାତା ସମ୍ମିଳନୀରେ ସିନ୍ଧେଙ୍କ ଉପସ୍ଥିତିରେ ଫଡନବିସ୍‌ ଏହା ଘୋଷଣା କରିଛନ୍ତି। ଆଜି ସିନ୍ଧେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ, ପରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେବ। ଫଡନବିସ୍‌ ନିଜେ ମନ୍ତ୍ରୀମଣ୍ଡଳରେ ରହିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସିନ୍ଧେ ଏବଂ ଫଡନବିସ୍‌ ଗୁରୁବାର ମହାରାଷ୍ଟ୍ର ରାଜ୍ୟପାଳ ଭାଗବତ ସିଂ କୋଶାୟାରିଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। ତେବେ ପୂର୍ବରୁ ଫଡନବିସ୍‌ ମୁଖ୍ୟମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ହେଉଥିଲା କିନ୍ତୁ ଶେଷରେ ବାଜି ଓଲଟି ପଡିଛି।
ଫଡନବିସ୍‌ କହିଛନ୍ତି, ୨୦୧୯ରେ ଭାଜପା ଏବଂ ଶିବସେନା ଏକାଠି ନିର୍ବାଚନ ଲଢିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆମେ ଏକ ବଡ଼ ବିଜୟ ହାସଲ କରିଥିଲୁ। ଏକନାଥ ସିନ୍ଧେ ଉଦ୍ଧବ ଠାକରେଙ୍କୁ ମହାବିକାଶ ଅଘାଡି (କଂଗ୍ରେସ-ଏନସିପି-ଶିବସେନା ମିଳିତ ମଞ୍ଚ) ସରକାରରୁ ବାହାରିଯିବାକୁ ବାରମ୍ବାର କହିଥିଲେ। କିନ୍ତୁ ଉଦ୍ଧବ ଠାକରେ ଏକନାଥ ସିନ୍ଧେଙ୍କ କଥା ଶୁଣି ନ ଥିଲେ। ବାଲା ସାହେବ ଯେଉଁମାନଙ୍କ ବିରୋଧରେ ସାରା ଜୀବନ ଲଢିଥିଲେ, ସେମାନଙ୍କ ସହ ମିଶି ଉଦ୍ଧବ ସରକାର ଗଢିଥିଲେ। ଅଢେଇ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ଅଗ୍ରଗତି ହୋଇ ନ ଥିଲା। ଫଳରେ ଉଦ୍ଧବ ଠାକରେଙ୍କ ଉପରେ ଅନେକ ଶିବସେନା ନେତା ଅସନ୍ତୋଷ ପ୍ରକାଶ କରିଥିଲେ।
ଏଥି ସହିତ, ଏକନାଥ ସିନ୍ଧେ କହିଛନ୍ତି, ମୁଁ ନେଇଥିବା ନିଷ୍ପତ୍ତି ଆପଣ ସମସ୍ତେ ଜାଣନ୍ତ। କେଉଁ ପରିସ୍ଥିତିରେ ନିଷ୍ପତ୍ତି ନିଆଯାଇଛି ତାହା ମଧ୍ୟ ଆପଣ ଜାଣନ୍ତି। ମୁଁ ବାଲା ସାହେବଙ୍କ ହିନ୍ଦୁତ୍ୱକୁ ଆଗକୁ ନେବା ପାଇଁ କାର୍ଯ୍ୟ କରିବି। ସମସ୍ତ ୫୦ ଜଣ ବିଧାୟକ ଏକାଠି ଅଛନ୍ତି। ଆମ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ସମସ୍ୟା ବିଷୟରେ ଆମେ ମୁଖ୍ୟମନ୍ତ୍ରୀଙ୍କୁ ଅନେକ ଥର କହିଥିଲୁ। ମୁଖ୍ୟମନ୍ତ୍ରୀ ଆମ କଥା ପ୍ରତି କଦାପି ଧ୍ୟାନ ଦେଇନାହାଁନ୍ତି। ଔରଙ୍ଗାବାଦ ଏବଂ ଓସମାନାବାଦର ନାମ ପରିବର୍ତ୍ତନ ନିଷ୍ପତ୍ତି କାଲି ନୁହେଁ, ବହୁପୂର୍ବରୁ ନିଆଯିବା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri