Posted inଜାତୀୟ

ଶାହରୁଖ ଖାନ୍‌ଙ୍କ ପୁଅ ପାଇଁ ସୁପ୍ରିମକୋର୍ଟ ଗଲା ଶିବସେନା

ମୁମ୍ବାଇ,୧୯।୧୦: କ୍ରୁଜ ଡ୍ରଗ୍ସ ପାର୍ଟିରେ ଗିରଫ ହୋଇଥିବା ଅଭିନେତା ଶାହରୁଖ ଖାନଙ୍କ ଆର୍ଯ୍ୟନଙ୍କ ମୌଳିକ ଅଧିକାରର ସୁରକ୍ଷା ଦାବିରେ ଶିବସେନା ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛି। ଏହା ସହିତ ମୁମ୍ବାଇରେ ଏନସିବିର ଭୂମିକା ସମ୍ପର୍କରେ ତଦନ୍ତ ପାଇଁ ଦାବି ମଧ୍ୟ ହୋଇଛି।
ସମ୍ବିଧାନର ଧାରା ୩୨ ଅନୁଯାୟୀ ଏକ ପିଟିସନ ପ୍ରଦାନ କରି ରାଜ୍ୟ ମନ୍ତ୍ରୀ ପଦବୀରେ ଥିବା କିଶୋର ତିୱାରୀ ସିଜେଆଇ ଏନ୍‌ଭି ରମଣଙ୍କୁ ଏହି ମାମଲାରେ ଉଚ୍ଚ ପ୍ରାଥମିକତା ଭିତ୍ତିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଗତ ଦୁଇ ବର୍ଷ ଧରି ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟ ସହିତ ଏନସିବି ପକ୍ଷପାତିତା ଗ୍ରହଣ କର ଫିଲ୍ମ ବ୍ୟକ୍ତିତ୍ୱ, ମଡେଲ ଏବଂ ଅନ୍ୟ ସେଲିବ୍ରିଟିମାନଙ୍କୁ ହଇରାଣ କରୁଛି। ସେ କହିଛନ୍ତି ଯେ ସାଧାରଣ ଏନଡିପିଏସ କୋର୍ଟ (ମୁମ୍ବାଇ) ଆର୍ଯ୍ୟନ ଖାନ ଏବଂ ଅନ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଅକ୍ଟୋବର ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖି ଅଭିଯୁକ୍ତଙ୍କୁ ଅପମାନ ଦେଇଛି। ଆର୍ଯ୍ୟନଙ୍କୁ ୧୭ ରାତି ଅଗଣତାନ୍ତ୍ରିକ ତଥା ବେଆଇନ ଜେଲରେ ରଖାଯାଇଛି। ଏହା ହେଉଛି ମୌଳିକ ଅଧିକାରର ସମ୍ପୂର୍ଣ୍ଣ ଉଲ୍ଲଂଘନ ବୋଲି କିଶୋର କହିଛନ୍ତି।
ଧାରା ୩୨ଅନୁଯାୟୀ, ସୁପ୍ରିମକୋର୍ଟ ଏବଂ ସିଜେଆଇ ମୌଳିକ ଅଧିକାରର ଉଲ୍ଲଂଘନ ସହ ଜଡିତ ପ୍ରତ୍ୟେକ ବିଷୟର ଯାଞ୍ଚ୍‌ କରିବାକୁ ବାଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?