Posted inଜାତୀୟ

ଶିବାଜୀ ମହାରାଜଙ୍କ ଉପରେ ପୁସ୍ତକ ଲେଖୁଛନ୍ତି ଅମିତ ଶାହା: ଶିନ୍ଦେ

ପୁଣେ,୨୦ ।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନାର ନାମ ଓ ନିର୍ବାଚନ ଚିହ୍ନ ମିଳିବା ପରେ ପ୍ରଥମ ଥର ଏହି ପ୍ରସଙ୍ଗକୁ ନେଇ ଖୋଲା ଖୋଲି ଭାବେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, ତାଙ୍କୁ ‘ଧନୁ-ତୀର’ ଚିହ୍ନ ଛତ୍ରପତି ଶିବାଜୀ ମହାରାଜଙ୍କ ଆଶୀର୍ବାଦରୁ ମିଳିଛି ।
ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ପୁଣେରେ ଶିବାଜୀ ମହାରାଜଙ୍କ ଜୀବନୀ ଉପରେ ଆଧାରିତ ଏକ ଥିମ ପାର୍କ ‘ଶିବସୃଷ୍ଟି’ର ପ୍ରଥମ ଭାଗର ଉଦ୍‌ଘାଟନ ସମୟରେ ଶିନ୍ଦେ ଆଉ ଏକ କଥା କହିଛନ୍ତି । ସେ କହିଛନ୍ତି ଆମେ ‘ଶିବସୃଷ୍ଟି’ ପରିଯୋଜନା ପାଇଁ କୌଣସି ଅଭାବ ରଖିନାହୁଁ । ଅମିତ ଶାହା ଆଜି ଏଠି ଅଛନ୍ତି, ଆଉ ଆପଣମାନଙ୍କ ମଧ୍ୟରୁ ଅନେକେ ଜାଣି ନ ଥିବେ କି ସେ ଶିବାଜୀ ମହାରାଜଙ୍କ ପରମ ଭକ୍ତ । ସେ ମରାଠା ଶାସକ ଓ ଶିବାଜୀ ମହାରାଜଙ୍କ ଉପରେ ବହୁତ ଅଧ୍ୟୟନ କରିଛନ୍ତି । ସେ ଶିବାଜୀ ମହାରାଜଙ୍କ ଉପରେ ଏକ ପୁସ୍ତକ ବି ଲେଖୁଛନ୍ତି ଯାହା ଖୁବଶୀଘ୍ର ପ୍ରକାଶିତ ହେବ ।
ସୂଚନାଯୋଗ୍ୟ, ନିର୍ବାଚନ କମିଶନଙ୍କ ପକ୍ଷରୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ନେତୃତ୍ୱ ବାଲା ଗୋଷ୍ଠୀଙ୍କୁ ‘ଶିବସେନା’ ନାମ ଓ ତାଙ୍କର ଚିହ୍ନ ‘ଧନୁ-ତୀର’ ପ୍ରଦାନ କରିଥିଲେ । ଏହାପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଶିବସେନା ଉଦ୍ଧବ ବାଲାସାହେବର ନେତା ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଏକନାଥ ଶିନ୍ଦେଙ୍କ ଉପରେ ନିର୍ବାଚନୀ ଆକ୍ରମଣ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri