Posted inଜାତୀୟ

ଶିବାଜୀ ମହାରାଜଙ୍କ ଉପରେ ପୁସ୍ତକ ଲେଖୁଛନ୍ତି ଅମିତ ଶାହା: ଶିନ୍ଦେ

ପୁଣେ,୨୦ ।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନାର ନାମ ଓ ନିର୍ବାଚନ ଚିହ୍ନ ମିଳିବା ପରେ ପ୍ରଥମ ଥର ଏହି ପ୍ରସଙ୍ଗକୁ ନେଇ ଖୋଲା ଖୋଲି ଭାବେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, ତାଙ୍କୁ ‘ଧନୁ-ତୀର’ ଚିହ୍ନ ଛତ୍ରପତି ଶିବାଜୀ ମହାରାଜଙ୍କ ଆଶୀର୍ବାଦରୁ ମିଳିଛି ।
ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ପୁଣେରେ ଶିବାଜୀ ମହାରାଜଙ୍କ ଜୀବନୀ ଉପରେ ଆଧାରିତ ଏକ ଥିମ ପାର୍କ ‘ଶିବସୃଷ୍ଟି’ର ପ୍ରଥମ ଭାଗର ଉଦ୍‌ଘାଟନ ସମୟରେ ଶିନ୍ଦେ ଆଉ ଏକ କଥା କହିଛନ୍ତି । ସେ କହିଛନ୍ତି ଆମେ ‘ଶିବସୃଷ୍ଟି’ ପରିଯୋଜନା ପାଇଁ କୌଣସି ଅଭାବ ରଖିନାହୁଁ । ଅମିତ ଶାହା ଆଜି ଏଠି ଅଛନ୍ତି, ଆଉ ଆପଣମାନଙ୍କ ମଧ୍ୟରୁ ଅନେକେ ଜାଣି ନ ଥିବେ କି ସେ ଶିବାଜୀ ମହାରାଜଙ୍କ ପରମ ଭକ୍ତ । ସେ ମରାଠା ଶାସକ ଓ ଶିବାଜୀ ମହାରାଜଙ୍କ ଉପରେ ବହୁତ ଅଧ୍ୟୟନ କରିଛନ୍ତି । ସେ ଶିବାଜୀ ମହାରାଜଙ୍କ ଉପରେ ଏକ ପୁସ୍ତକ ବି ଲେଖୁଛନ୍ତି ଯାହା ଖୁବଶୀଘ୍ର ପ୍ରକାଶିତ ହେବ ।
ସୂଚନାଯୋଗ୍ୟ, ନିର୍ବାଚନ କମିଶନଙ୍କ ପକ୍ଷରୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ନେତୃତ୍ୱ ବାଲା ଗୋଷ୍ଠୀଙ୍କୁ ‘ଶିବସେନା’ ନାମ ଓ ତାଙ୍କର ଚିହ୍ନ ‘ଧନୁ-ତୀର’ ପ୍ରଦାନ କରିଥିଲେ । ଏହାପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଶିବସେନା ଉଦ୍ଧବ ବାଲାସାହେବର ନେତା ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଏକନାଥ ଶିନ୍ଦେଙ୍କ ଉପରେ ନିର୍ବାଚନୀ ଆକ୍ରମଣ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri