Posted inଜାତୀୟ

ଦିନ ଦ୍ୱିପ୍ରହରରେ ଶିବସେନା ନେତାଙ୍କୁ ଗୁଳି: ମନ୍ଦିର ବାହାରେ ଦେଇଥିଲେ ଧାରଣା

ଚଣ୍ଡିଗଡ଼,୪।୧୧: ପଞ୍ଜାବ ଅମୃତସରରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଏକ ଅଭାବନୀୟ ଘଟଣା ଘଟିଛି। ଶିବସେନାର ଜଣେ ନେତାଙ୍କୁ ଦିନ ଦ୍ୱିପ୍ରହରରେ ଗୁଳି କରାଯାଇଛି। ଏହି ଘଟଣା ଅମୃତସରର ମଜିଠା ରୋଡ ସ୍ଥିତ ଗୋପାଳ ମନ୍ଦିରରେ ଘଟିଛି। ଅଳିଆରୁ ଭଗବାନଙ୍କ ମୂର୍ତ୍ତି ମିଳିବା ବିରୋଧରେ ଶିବସେନା ନେତା ସୁଧୀର ସୁରୀ ମନ୍ଦିର ବାହାରେ ଧାରଣାରେ ବସିଥିଲେ। ଏହି ସମୟରେ ଭିଡ଼ ଭିତରୁ କେହି ଜଣେ ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଅମୃତସର ହସ୍ପିଟାଲକୁ ନିଆଯାଇଥିଲା। ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଥିବା କୁହାଯାଉଛି। ଅନ୍ୟପଟେ ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ଥାନୀୟ ଅଞ୍ଚଳକୁ ଅବରୋଧ କରି ଯାଞ୍ଚ ଆରମ୍ଭ କରିଛି। ସୂଚନା ମୁତାବକ, ଗତ କିଛି ଦିନରୁ ସୁଧୀରଙ୍କ ଉପରେ ଆକ୍ରମଣ ନେଇ ଯୋଜନା କରାଯାଉଥିଲା। ପୋଲିସ ଗତ ମାସରେ କିଛି ଗ୍ୟାଙ୍ଗଷ୍ଟାରଙ୍କୁ ଗିରଫ କରିଥିଲା। ପଚରାଉଚରା ସମୟରେ ଅଭିଯୁକ୍ତମାନେ ଆକ୍ରମଣ ଯୋଜନା ନେଇ ପୋଲିସକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri