Posted inଜାତୀୟ

ଏକନାଥ ଗୋଷ୍ଠୀକୁ ଧନୁତୀର ଚିହ୍ନ

ନୂଆଦିଲ୍ଲୀ,୧୮।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିର୍ବାଚନ କମିଶନ (ଇସି) ଶୁକ୍ରବାର ଶିବସେନା ନାମ ଏବଂ ଧନୁତୀର ଚିହ୍ନ ପ୍ରଦାନ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଶିବସେନାର ବର୍ତ୍ତମାନର ସମ୍ବିଧାନ ଅଗଣତାନ୍ତ୍ରିକ ବୋଲି ଇସି ତାଙ୍କର ୭୮ ପୃଷ୍ଠାର ନିର୍ଦ୍ଦେଶନାମାରେ କହିଛନ୍ତି। ବିଭିନ୍ନ ସଂଗଠନରେ ନିର୍ବାଚନ ହୋଇ କାର୍ଯ୍ୟକର୍ତ୍ତା ନିଯୁକ୍ତ ହୋଇଥିଲେ ମଧ୍ୟ ସେମାନଙ୍କ ସମ୍ପୂର୍ଣ୍ଣ ତାଳିକା କମିଶନଙ୍କୁ ଦିଆଯାଇନାହିଁ। ୧୯୯୯ରେ ଦଳର ପ୍ରତିଷ୍ଠାତା ବାଲ୍‌ ଠାକ୍‌ରେ ଆଣିଥିବା ଦଳୀୟ ସମ୍ବିଧାନକୁ ୨୦୧୮ରେ ସଂଶୋଧନ କରାଯାଇଛି, ଦଳର ଗଣତାନ୍ତ୍ରିକ ନିୟମାବଳୀର ଉଲ୍ଲଂଘନ କରୁଛି ବୋଲି ଇସି କହିଛନ୍ତି। ମହାରାଷ୍ଟ୍ର ଶିବସେନାରେ ବିଦ୍ରୋହର ୮ ମାସ ପରେ ଦଳର ନାମ ଓ ଚିହ୍ନକୁ ନେଇ ଏକନାଥ ଗୋଷ୍ଠୀର ଦାବିକୁ ଇସି ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଉଦ୍ଧବଙ୍କ ପାଇଁ ଏହା ଶକ୍ତ ଧକ୍କା ହୋଇଛି। ଉଦ୍ଧବଙ୍କ ବାପା ବାଲ୍‌ ଠାକ୍‌ରେ ଦଳ ପ୍ରତିଷ୍ଠା କରିଥିଲେ ହେଁ ତାଙ୍କ ଗୋଷ୍ଠୀ ଶିବସେନା ନାଁ କିମ୍ବା ଧନୁତୀର ଚିହ୍ନରୁ ବଞ୍ଚତ୍ତ ହୋଇଛି। ଇସି କହିଛନ୍ତି ବିଦ୍ରୋହ ପରେ ଏକନାଥ ଦଳର ୭୬ ପ୍ରତିଶତ ବିଜୟୀ ଭୋଟ ସହ ବିଧାୟକମାନଙ୍କ ସମର୍ଥନରେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଠାକ୍‌ରେଙ୍କ ଗୋଷ୍ଠୀକୁ ଗତବର୍ଷ ନିର୍ବାଚନ କମିଶନ ମଶାଲ ଚିହ୍ନ ଦେଇଥିଲେ।
ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ଉଦ୍ଧବ ଠାକ୍‌ରେ ସମାଲୋଚନା କରିଛନ୍ତି। ଏହା ଗଣତନ୍ତ୍ରର ହତ୍ୟା ବୋଲି ସେ କହିବା ସହ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯିବ ବୋଲି କହିଛନ୍ତି। ଶିବସେନା (ୟୁବିଟି) ମୁଖ୍ୟ ମୁଖପାତ୍ର ସଞ୍ଜୟ ରାଉତ ଇସିଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ସତ୍ୟ ଓ ନ୍ୟାୟର ପରିହାସ କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ସଞ୍ଜୟ କହିଛନ୍ତି, ଦେଶ ଏକଚ୍ଛତ୍ରବାଦ ଆଡ଼କୁ ମୁହାଁଉଛି ଏବଂ ଦେଶଦ୍ରୋହୀ ଇସିଙ୍କ ରାୟକୁ ସେମାନଙ୍କ ସପକ୍ଷରେ ଯାଇଥିବା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri