Posted inଜାତୀୟ

କଂଗ୍ରେସକୁ ଯେ କୌଣସି ମୁହୂର୍ତ୍ତରେ ଧୋକା ଦେଇପାରେ ଶିବସେନା: ନିରୁପମ

ମୁମ୍ବାଇ,୨୮ ।୯: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଓ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିଶଙ୍କ ସାକ୍ଷାତ୍‌କାରକୁ ନେଇ ବେଳକୁ ବେଳ ରାଜନୀତି ହେଉଛି ସରଗରମ । ଶନିବାର ଏମାନଙ୍କ ମଧ୍ୟରେ କଥାବର୍ତ୍ତା ହେବା ପରେ ଏହାକୁ ନେଇ ପ୍ରଶ୍ନ ଉଠିବାରୁ ସଞ୍ଜୟ କହିଥିଲେ ଆମେ ପରସ୍ପରର ଶତ୍ରୁ ନୁହେଁ । ଏବେ ଏହାକୁ ଆହୁରି ସରଗରମ କରିଛି କଂଗ୍ରେସ ନେତା ସଞ୍ଜୟ ନିରୁପମଙ୍କ ବୟାନ । ନିରୁପମ କହିଛନ୍ତି ଶିବସେନା ଯେ କୌଣସି ମୁହୂର୍ତ୍ତରେ କଂଗ୍ରେସକୁ ଧୋକା ଦେଇପାରେ । କଂଗ୍ରେସ ନିଜର ବିଚାର, ଧର୍ମ ବ୍ୟବହାର ସବୁକିଛି ତ୍ୟାଗ କରି ଶାସନ ଗାଦିରେ ବସିବାକୁ ଶିବସେନାକୁ ସହଯୋଗ କରିଥିଲା । ହେଲେ ଏବେ ଯାହା ପରିଲକ୍ଷିତ ହେଉଛି ଶିବସେନା ଯେ କୌଣସି ମୁହୂର୍ତ୍ତରେ କଂଗ୍ରେସକୁ ଧୋକା ଦେଇପାରେ । ତେଣୁ କଂଗ୍ରେସ ଶିବସେନା ସରକାର ସହ ଆସି ବଡ ଭୁଲ୍ କରିଛି । କାରଣ ଏହା ଶିବସେନା ସହ ବେଶି ଦିନ ରହିପାରିବା ଭଳି ଦେଖାଯାଉ ନାହିଁ । ଗୋଟିଏ ପଟେ ମୋଦି ସରକାରଙ୍କ କୃଷି ବିଲ୍‌କୁ ଉଭୟ ଗୃହରେ କଂଗ୍ରେସ ଓ ଏନ୍‌ସିପି ବିରୋଧ କରିଥିବା ବେଳେ ଶିବସେନା ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହାକୁ ସମର୍ଥନ କରିଛନ୍ତି । ତେଣୁ ଏଥିରୁ ସ୍ପଷ୍ଟ ଅନୁମାନ କରାଯାଉଛି ଶିବସେନା କଂଗ୍ରେସକୁ ଧୋକା ଦେବାକୁ ଆଉ ବେଶି ସମୟ ବାକି ନାହିଁ । ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରିବାକୁ ପ୍ରଥମରୁ ରାଜି ନ ଥିଲେ ନିରୁପମ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?