Posted inଜାତୀୟ

ମୋଦିଙ୍କ ରାଲିରେ ୧୨ କୋଟି ଟଙ୍କାର କାର୍‌: ପ୍ରଶ୍ନ ଉଠାଇଲେ ସଞ୍ଜୟ

ମୁମ୍ବାଇ,୩ ।୧: ଉତ୍ତରପ୍ରଦେଶର ମୁରାଦାବାଦରେ ୫ ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ନିଜକୁ ଫକିର ବୋଲି କହିଥିଲେ । ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ । ସଞ୍ଜୟ ସାମନାରେ ସାପ୍ତାହିକ ରୋକ-ଟୋକ କଲମରେ ଲେଖିଛନ୍ତି, ୨୮ ଡିସେମ୍ବରରେ ଦେଶର ଗଣମାଧ୍ୟମ ପ୍ରଧାନମନ୍ତ୍ରୀଙ୍କ ଲାଗି କିଣାଯାଇଥିବା ଗାଡିର ଫଟୋ ଦେଖାଇଥିଲେ । ଯେଉଁ ଗାଡିର ଦାମ ଥିଲା ୧୨ କୋଟି ଟଙ୍କା । ନିଜକୁ ଫକିର କହୁଥିବା ଓ ଦେଶୀ ଜିନିଷ ବ୍ୟବହାର କରିବାକୁ କହୁଥିବା ମୋଦି କିଭଳି ୧୨ କୋଟି ଟଙ୍କାର ବିଦେଶି ଗାଡି ବ୍ୟବହାର କରୁଛନ୍ତି ବୋଲି ସଞ୍ଜୟ ପ୍ରଶ୍ନ ଉଠାଇଛନ୍ତି । ଏବେ ମୋଦି ନିଜକୁ ଫକିର ନ କୁହନ୍ତୁ ବୋଲି ସଞ୍ଜୟ କହିଛନ୍ତି ।
ଗୋଟିଏ ପଟେ ମେକ ଇନ୍ ଇଣ୍ଡିଆ, ଷ୍ଟାର୍ଟଅପ ଇଣ୍ଡିଆ, ସ୍ୱଦେଶୀ ଜିନିଷର ବ୍ୟବହାର କରିବାକୁ ପ୍ରଚାର କରୁଥିବା ମୋଦି ନିଜେ ବିଦେଶୀ ଗାଡି ବ୍ୟବହାର କରୁଛନ୍ତି । ଯାହା ଆଦୌ ଯୁକ୍ତିଯୁକ୍ତ ନୁହେଁ ବୋଲି ସେ କହିଛନ୍ତି । ସଞ୍ଜୟ କହିଛନ୍ତି ପଣ୍ଡିତ ନେହେରୁ , ବାବା ସାହେବ ଆମ୍ବେଦକର ସବୁବେଳେ ଦେଶରେ ନିର୍ମିତ ଗାଡି ବ୍ୟବହାର କରୁଥିଲେ । ଯେତେବେଳେ ଦେଶ ଦୁଇଭାଗ ହୋଇଥିଲା ଓ ଏମାନଙ୍କ ଜୀବନ ପ୍ରତି ବିପଦ ଥିଲା ସେତେବେଳେ ସେମାନେ ଦେଶରେ ନିର୍ମାଣ କରାଯାଇଥିବା ଗାଡି ବ୍ୟବହାର କରୁଥିଲେ । ହେଲେ ଏବେ ନିଜକୁ ଫକିର କହୁଥିବା ମୋଦି ବିଦେଶୀ ଗାଡି ବ୍ୟବହାର କରୁଛନ୍ତି । ଏହାର ଉତ୍ତର ଦେବାକୁ ଅବଶ୍ୟ ଭାରତୀୟ ଜନତା ପାର୍ଟି(ଭାଜପା) ବେଶୀ ବିଳମ୍ବ କରି ନାହିଁ । ମହାରାଷ୍ଟ୍ରର ଭାଜପା ନେତା ଅତୁଲ ଭାତକାଲକର କହିଛନ୍ତି ମର୍ସିଡିଜ ଗାଡିରେ ମୋଦି ନୁହେଁ ବରଂ ଦେଶର ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ବ୍ୟବହାର କରାଯାଉଛି । ଆଉ ଏହା ଏସପିଜିଙ୍କ କହିବା ଅନୁଯାୟୀ କିଣାଯାଇଛି । ଏପଟେ ଭାଜପା କହିଛି ଗାଡିର ଦାମ ୧୨ କୋଟି ନୁହେଁ ୪ କୋଟିରେ ଏହାକୁ କିଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri