Posted inଜାତୀୟ

ଯୋଗୀଙ୍କୁ ଟକ୍କର ଦେବେ ଉଦ୍ଧବ: ସମସ୍ତ ୪୦୩ ଆସନରେ ନିର୍ବାଚନ ଲଢିବ ଶିବସେନା

ମୁମ୍ବାଇ,୧୨ ।୯: ଉତ୍ତର ପ୍ରଦେଶରେ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ରେ ଅନୁଷ୍ଠିତ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଦ୍ୱିତୀୟ ଥର ଲାଗି ଶାସନ କ୍ଷମତା ହାତେଇ ବାକୁ ଲାଗି ପଡିଛି । ଅନ୍ୟପଟେ ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି ଓ କଂଗ୍ରେସ ତୃଣମୂଳ ସ୍ତରରେ ନିଜ ନିଜ ଦଳକୁ ମଜଭୁତ କରିବାରେ ଲାଗିିପଡିଛନ୍ତି । ଇତିମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟକ୍କର ଦେବାକୁ ଯାଉଛନ୍ତି । ଉଦ୍ଧବ ଠାକରେଙ୍କ ଶିବସେନା ଏଥର ଉତ୍ତର ପ୍ରଦେଶ ବିଧାନସଭାରେ ସମସ୍ତ ୪୦୩ ଆସନ ପାଇଁ ପ୍ରାର୍ଥୀ ଦେବ ବୋଲି ଘୋଷଣା କରିଛି । ଯାହା ଯୋଗୀ ଆଦିତ୍ୟନାଥ ତଥା ଭାଜପା ପାଇଁ ଚିନ୍ତାର କାରଣ ପାଲଟି ଯାଇଛି ବୋଲି କୁହାଯାଉଛି । ଆଲୋଚନା ହେଉଛି କି ଉତ୍ତର ପ୍ରଦେଶରେ ଶିବସେନା ଆସିବାର ଅର୍ଥ ହେଉଛି ଭାଜପାକୁ କ୍ଷତି ପହଞ୍ଚାଇବା । କାରଣ ଉଭୟ ଦଳର ବିଚାରଧାରା ସମାନ । ଦୁଇଦଳ ହିନ୍ଦୁତ୍ୱର ରାଜନୀତି କରିବେ । ଉତ୍ତର ପ୍ରଦେଶରେ ଭାଜପା ଶାସନ କାଳରେ ଆଇନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଭୂଷୁଡି ପଡିଥିବା ବେଳେ ଏଠାରେ ନାରୀମାନେ ଆଦୌ ସୁରକ୍ଷିତ ନୁହେଁ ବୋଲି ଶିବସେନା କହିଛି । ଏପର୍ଯ୍ୟନ୍ତ କୌଣସି ଦଳ ସହ ଶିବସେନା ମେଣ୍ଟ କରି ନ ଥିଲେ ବି ମେଣ୍ଟର ସଙ୍କେତ ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri