Posted inଜାତୀୟ

ପୂର୍ବରୁ କହୁଥିଲେ ମୋଦି ହିଁ ଏକୁଟିଆ ଯଥେଷ୍ଟ, ଇଣ୍ଡିଆ ପରେ ବର୍ତ୍ତମାନ ତାଙ୍କୁ ସମର୍ଥନର ଆବଶ୍ୟକ: ସଞ୍ଜୟ

ମୁମ୍ବାଇ,୨୬।୯: ଶିବସେନାର ଉଦ୍ଧବ ଦଳର ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏହି ସମୟରେ ସଞ୍ଜୟ ରାଉତ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ସରକାର ଉପରେ ଆକ୍ରମଣ କରିଛନ୍ତି। ସଞ୍ଜୟ ରାଉତ କହିଛନ୍ତି , ଇଣ୍ଡିଆ ମେଣ୍ଟ ପୂର୍ବରୁ କୁହାଯାଇଥିଲା ଯେ ପ୍ରଧାନମନ୍ତ୍ରୀ ମୋଦି ହିଁ ଏକୁଟିଆ ଯଥେଷ୍ଟ, କିନ୍ତୁ ବର୍ତ୍ତମାନ ତାଙ୍କୁ ଅଧିକ ସମର୍ଥନର ଆବଶ୍ୟକ।

ଶିବସେନା ନେତା କହିଛନ୍ତି, ଯେତେବେଳେ ଆମେ ଇଣ୍ଡିଆ ମେଣ୍ଟ ଗଠନ କରିଥିଲୁ, ତେବେ ଏହି ଭାଜପା ଲୋକଙ୍କୁ ଏନଡିଏ କଥା ମନେ ପଡିଗଲା। ଏହା ପୂର୍ବରୁ କୁହାଯାଇଥିଲା କେବଳ ପ୍ରଧାନମନ୍ତ୍ରୀ ମୋଦି ଯଥେଷ୍ଟ , ଯେତେବେଳେ ଇଣ୍ଡିଆ ମେଣ୍ଟ ଘୋଷଣା ହେଲା ସେତେବେଳେ ମୋଦିଙ୍କୁ ଅଧିକ ସମର୍ଥନ ଆବଶ୍ୟକ ପଡିଲା। ଯେଉଁ ଏନଡିଏରେ ଶିବସେନା ଏବଂ ଅକାଳୀ ଦଳ ନାହାଁନ୍ତି, ତାହା ଏନଡିଏ ନୁହେଁ।

ସଞ୍ଜୟ ରାଉତ ଆହୁରି ମଧ୍ୟ କହିଛନ୍ତି, ଶିବସେନା ଏବଂ ଅକାଳୀ ଦଳ ଏନଡିଏର ପ୍ରକୃତ ଶକ୍ତି ଥିଲା। ଅନ୍ୟ ସମସ୍ତେ ଆସୁଛନ୍ତି ଏବଂ ଯାଉଛନ୍ତି, କିନ୍ତୁ ଏହି ଏନଡିଏ ଅତ୍ୟନ୍ତ ଦୁର୍ବଳ, କେବଳ ଏତିକି ନୁହେଁ ୨୦୨୪ ପୂର୍ବରୁ ଭାଜପା ମଧ୍ୟ ବୁଡ଼ିଯିବ ବୋଲି ସେ ଏକ ବଡ ବୟାନ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri