Posted inଜାତୀୟ

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତକୁ ସଞ୍ଜୟ ରାଉତ କହିଲେ ‘ସ୍ପନସର୍ଡ’

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ରବିବାର ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ଉଭୟ ନେତା ସେଠାରେ ଥିବା ଅଯୋଧ୍ୟା ଗସ୍ତ କରିବେ। ଅଯୋଧ୍ୟା ଯିବା ପୂର୍ବରୁ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ସିନ୍ଦେ କହିଛନ୍ତି, ମୁଁ ଅଯୋଧ୍ୟା ଯାଉଛି, ସେଠାରେ ରାମଲଲାଙ୍କ ଦର୍ଶନ କରିବି, ଆଳତି କରିବି, ପ୍ରଭୁ ରାମଚନ୍ଦ୍ରଙ୍କ ଆଶୀର୍ବାଦ ଆମ ଉପରେ ରହିଛି। ସେଥିପାଇଁ ଧନୁଷ ବାଣ ଆମକୁ ମିଳିଛି। ଏପଟେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଛନ୍ତି, ମୋତେ ଖୁସି ଲାଗୁଛି କି ଆଜି ମୁଁ ରାମଲଲାଙ୍କ ଦର୍ଶନ କରିବାକୁ ଅଯୋଧ୍ୟା ଆସିଛି। ମୁଁ ରାମ ଜନ୍ମଭୂମି ଆନ୍ଦୋଳନ ସହିତ ଜଡିତ ରହିଛି। ସମସ୍ତ କରସେବାରେ ମୁଁ ଉପସ୍ଥିତ ରହିଛି।
ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଏବେ ଉଦ୍ଧବ ଠାକରେ ଗ୍ରୁପର ନେତା ସଞ୍ଜୟ ରାଉତ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଏହାକୁ ଭାରତୀୟ ଜନତା ପାର୍ଟି(ଭାଜପା) ସ୍ପନସର କରିଛି।
ସଞ୍ଜୟ ଆହୁରି ମଧ୍ୟ କହିଛନ୍ତି ମୁଁ କିଛିଥର ଅଯୋଧ୍ୟା ଯାଇଛି, ଆମ ସହ ଭାଜପା ତ ଯାଇ ନ ଥିଲା ଯେତେବେଳେ ବାବରି ପ୍ରସଙ୍ଗ ଉଠିଥିଲା। ସେତେବେଳେ ଭାଜପା ପଳାୟନ କରିଥିଲା। ଆଉ ଏବେ ଦେଶଦ୍ରୋହୀଙ୍କ ଆଙ୍ଗୁଠି ଧରି ଯାଉଛି। ଏମିତି ଲୋକଙ୍କୁ ପ୍ରଭୁ ରାମଙ୍କ ଆଶୀର୍ବାଦ ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri